Posts

Showing posts from April, 2025

ବାରିପଦା ଠାରେ ଜିଲ୍ଲା ସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ l

Image
ବାରିପଦା ତା.୨୬/ ୦୪(ବ୍ୟୁରୋ ରିପୋର୍ଟ) :- ଆଜି ବାରିପଦା ଠାରେ ଜିଲ୍ଲା ସ୍ତରୀୟ ମହାରାଜା ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଆଜି ସକାଳ ୮ ଘଟିକା ସମୟରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ସହରର ବିଭିନ୍ନ ସ୍ଥାନରେ ଅବସ୍ଥାପିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯାଇଥିଲା।  ଉକ୍ତ ସାମୁହିକ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତିଙ୍କ ସମେତ ଶିକ୍ଷାବିତ ତଥା ଅବସରପ୍ରାପ୍ତ ପ୍ରଫେସର ଶ୍ରୀ ସନ୍ଦୀପ କୁମାର ଚାନ୍ଦ,ପ୍ରତିଶ୍ରୁତି ପ୍ରତିଷ୍ଠାନର ସମ୍ପାଦକ ଶ୍ରୀ ଭାଗବତ ପ୍ରସାଦ ପଣ୍ଡା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେଇ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସକାଳ ୯ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋ...