Posts

Showing posts from May 15, 2025

ରାଜ୍ୟ ସ୍ତରୀୟ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀ ଅନୁଷ୍ଠିତ l

Image
ଭୁବନେଶ୍ୱର ତା୧୫/୦୫(ବ୍ୟୁରୋ ରିପୋର୍ଟ) :- ରାଜ୍ୟରେ ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ, ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ, ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ, ଏହାହିଁ ଆମର ଉଦ୍ଦେଶ୍ୟ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀରେ ପରାମର୍ଶ ଦେଇଛନ୍ତି ।   ବୈଠକରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ, ଜିଲ୍ଲାରେ ସବୁ ଯୋଜନାର ସଫଳ କାର୍ଯ୍ୟକାରିତା ଉପରେ ସରକାରଙ୍କ ସଫଳତା ନିର୍ଭର କରେ। ବ୍ଲକ ସ୍ତରରେ ହିଁ ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ଜନସାଧାରଣ ମାନଙ୍କ ପାଖକୁ ପହଞ୍ଚେ। ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଛି। ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କୁ ଛାଡ଼ିଦେଲା ପରେ, Chief Development Officer ଏବଂ ବ୍ଲକ୍‍ ସ୍ତରରେ ବିଡିଓ’ଙ୍କର ଗୁରୁଦାୟିତ୍ୱ ରହିଛି।  ଆପଣମାନେ କ୍ଷେତ୍ର ସ୍ତରରେ ଲୋକଙ୍କ ସହିତ ସିଧାସଳଖ ମିଶନ୍ତି। ସେମାନଙ୍କର ସୁବିଧା ଅସୁବିଧା ଜାଣନ୍ତି। ତେଣୁ ମୁଖ୍ୟ କଥା ହେ...

ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ 'ପରାକ୍ରମ ଶୋଭାଯାତ୍ରା' ଅନୁଷ୍ଠିତ ହୋଇଯାଇଛି l

Image
ଯାଜପୁର ତା.୧୫/୦୪ :- 'ଅପରେସନ ସିନ୍ଦୂର'ର ସଫଳତା ପରିପ୍ରେକ୍ଷୀରେ ଭାରତୀୟ ସଶସ୍ତ୍ର ବାହିନୀର ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇବା ପାଇଁ ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ 'ପରାକ୍ରମ ଶୋଭାଯାତ୍ରା' ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ତ୍ରିରଙ୍ଗା ଶୋଭାଯାତ୍ରାକୁ ମାନ୍ୟବର ଲୋକସଭା ସାଂସଦ ଡ଼ା ରବୀନ୍ଦ୍ର ନାରାୟଣ ବେହେରା, ମାନ୍ୟବର ଜିଲ୍ଲାପରିଷଦ ଅଧ୍ୟକ୍ଷା, ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଯାଜପୁର ପୌରପରିଷଦ ଅଧ୍ୟକ୍ଷାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ବିଶାଳ ବାଇକ୍ ଶୋଭାଯାତ୍ରାରେ ବହୁ ଜନସାଧାରଣ, କ୍ରୀଡାବିତ୍, ଏନ୍.ସି.ସି, ଏନ୍.ଏସ.ଏସ କର୍ମଚାରୀ, ପୋଲିସ, ସ୍ଵେଚ୍ଛାସେବୀ, ଗଣମାଧ୍ୟମ ପ୍ରତିନିଧି ଅଂଶଗ୍ରହଣ କରିଥିଲେ।