ଜନପ୍ରତିନିଧିଙ୍କ ସମସ୍ତ ଦାବିକୁ ଜନସ୍ୱାର୍ଥ ଦୃଷ୍ଟିରେ ରଖି କାର୍ଯ୍ୟ କରାଯିବ- ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା ତା ୦୯/୦୬(ବ୍ୟୁରୋ ରିପୋର୍ଟ) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରିଛନ୍ତି ଓ ଘୋଷଣା କରିଛନ୍ତିଯେ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷର ଆରମ୍ଭ କେନ୍ଦ୍ରାପଡ଼ା ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟ ଆରମ୍ଭରୁ ହିଁ ହେବ। ସମୀକ୍ଷାରୁ ଜଣା ଯାଇଛି ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜଳ ସମ୍ପଦର ବିକାଶ ହେବା ପାଇଁ ଏବଂ ଏହି ଜିଲାରେ ଶିଳ୍ପର ବିକାଶ ପାଇଁ ଖୁବ ଶୀଘ୍ର ପଦକ୍ଷେପ ନିଆଯିବ। କେନ୍ଦ୍ରାପଡ଼ା ଅଂଚଳରେ ଥିବା ହେନ୍ତାଳ ଜଙ୍ଗଲକୁ ଆହୁରି ବ୍ୟାପକ କରିବା ପାଇଁ ଏବଂ ଭିତରକନିକା ଓ ଗହୀରମଥା ଅଂଚଳରେ ଇକୋ ଟୁରିଜିମକୁ ଆହୁରି ତ୍ୱରାନ୍ୱିତ କରାଯିବ। ଖୁବ୍ ଶୀଘ୍ର ବିଭିନ୍ନ ନୂତନ ପ୍ରକଳ୍ପ ଗୁଡ଼ିକ ଏହି ଜିଲ୍ଲାରେ ଉଦ୍ଘାଟନ ହେବା ପାଇଁ ଯାଉଛି ଏବଂ କେନ୍ଦ୍ରାପଡ଼ା ଠାରେ ମେଡିକାଲ କଲେଜ ସ୍ଥାପନ ଓ ମହାପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ ବିଷୟରେ ବିଧାୟକଗଣ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ହୋଇଛି ବୋଲି ବୈଠକରୁ ଜଣାଯାଇଛି । ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିଭାଗୀୟ କାର୍ଯ୍ୟ ଗୁଡିକ ସମ୍ବନ୍ଧରେ ଜିଲ୍ଲାପାଳ ଓ ସମ୍ପୃକ୍ତ ଅଧିକାରୀଙ୍କ ଠ...