ଦେବଗଡକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ
ଦେବଗଡ଼ ତା ୦୩/୦୬ (ବ୍ୟୁରୋ ରିପୋର୍ଟ) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍ଘାଟିତ ହୋଇଛି । ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ଚାରୋଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ...