Posts

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ l

Image
ଭୁବନେଶ୍ବର /କଟକ (ବ୍ୟୁରୋ ରିପୋର୍ଟ) :- ଶନିବାର ଦିନ ଏସସିବି କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ କମଳା ପୂଜାରୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ଦିନ ହେବ ବାର୍ଦ୍ଧକ୍ଯ ଜନିତ ରୋଗରେ ଅସୁସ୍ଥ ଥିଲେ ଏବଂ ୧୮ ତାରିଖଠୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେହି କିଡ଼ନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ । ଆଜି ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଛି ।  ତାଙ୍କୁ ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ୨୦୧୯ରେ ପଦ୍ମଶ୍ରୀ ପୁରସ୍କାରରେ କେନ୍ଦ୍ର ସରକାର ସମ୍ମାନୀତ କରିଥିଲେ । ତାଙ୍କ ବିୟୋଗ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ଆହୁରି କହିଛନ୍ତି, ପରିବେଶର ସୁରକ୍ଷା ପାଇଁ ତାଙ୍କ ଅବଦାନ ସ୍ମରଣୀୟ । ଏହାସହ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ଯ ଦୁଖଃ ବ୍ୟକ୍ତ କରିଛନ୍ତି l କଟକ ବଡ଼ ଡାକ୍ତରଖାନାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ତେବେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଡାକ୍ତରଖାନା ପକ୍ଷରୁ ସୂଚନା ଜାରି କରାଯାଇଛି । ସୂଚନା ଅନୁସାରେ,

ଲକ୍ଷ୍ମୀ ଙ୍କ ବାରରେ ଖୋଲିବ ରତ୍ନଭଣ୍ଡାର l

Image
ପୁରୀ (ବ୍ୟୁରୋ ରିପୋର୍ଟ) :- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସଦସ୍ୟ ଡାକ୍ତର ସିବିକେ ମହାନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ। ବୈଠକ ପରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି ଆସନ୍ତା ୧୮ ତାରିଖ ଗୁରୁବାର ଖୋଲାଯିବ ଭିତର ରତ୍ନଭଣ୍ଡାର। ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଭିତର ଭଣ୍ଡାର ତାଲା ଖୋଲାଯାଇ ଅଳଙ୍କାର ସ୍ଥାନାନ୍ତରଣ ହେବ ।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ଭିତର ରତ୍ନଭଣ୍ଡାରର ୩ଟି ତାଲା ଭଙ୍ଗା ଯାଇଥିଲେ ବି ୨ଟି ତାଲା ପକାଇ ଚାବିକୁ ଟ୍ରେଜେରୀ ଜିମା ଦିଆଯାଇଛି। ଆସନ୍ତା ଗୁରୁବାର ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଭିତର ଭଣ୍ଡାର ଖୋଲାଯିବ । ସିନ୍ଦୁକ ଏବଂ ଆଲମାରୀରେ ଥିବା ଅଳଙ୍କାର ସ୍ଥାନାନ୍ତର ହେବ। ଭିତରେ ଥିବା ଆଲମିରା ରତ୍ନ ସହ ବାହାରକୁ ଆଣିବା ସମ୍ଭବ ନୁହେଁ ଏଣୁ ନୂଆ ଆଲମିରା ଏବଂ ସିନ୍ଦୁକରେ ରହିବ ଭିତର ରତ୍ନଭଣ୍ଡାର ଅଳଙ୍କାର।ଅନ୍ୟପଟେ ଜଷ୍ଟିସ ବିଶ୍ବନାଥ ରଥ ଆହୁରି ମଧ୍ୟ କହିଛନ୍ତି ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍

୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି ।

Image
  ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :- ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ବଡ଼ ଘୋଷଣା । ରାଜ୍ୟରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ । ଏହାସହିତ ସାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି । ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ । ସେହିପରି ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନ ଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ

୨୧ ରୁ ଦଶମ ସପ୍ଲିମେଣ୍ଟାରୀ ପରୀକ୍ଷା l

Image
  ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :- ଚଳିତ ମାସ ୨୧ରୁ ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ।୨୧ ତାରିଖରୁ ଏହା ଆରମ୍ଭ ହୋଇ ୩୧ ତାରିଖ ରେ ଶେଷ ହେବ । ୮୩ଟି କେନ୍ଦ୍ରରେ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ l ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ ନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଛାତ୍ରଛାତ୍ରୀମାନେwww.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (SOSC) ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ। ପରୀକ୍ଷା ସୁପରିଚାଳନା ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !

Image
  ପୁରୀ (ବ୍ୟୁରୋ ରିପୋର୍ଟ) :- ଦୀର୍ଘ ୪୬ ବର୍ଷ ପରେ ସେହି ମୁହୂର୍ତ୍ତ ଆସି ପହଞ୍ଚିଛି । ଶେଷ ଥର ପାଇଁ ୧୯୭୮ ମସିହାରେ ଖୋଲିଥିଲା ଭିତର ରତ୍ନଭଣ୍ଡାର । ରାଜ୍ୟ ସରକାରଙ୍କ ପକ୍ଷରୁ ଗଠନ ହୋଇଥିବା ରତ୍ନ ଭଣ୍ଡାର ଯାଞ୍ଚ କମିଟି ପକ୍ଷରୁ ଆଜି ରତ୍ନ ଭଣ୍ଡାରର ଅନୁଧ୍ୟାନ ଚାଲିଛି । ନୀତିକାନ୍ତି ଅନୁସାରେ ଚାଲିଛି ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା । ସମୟ ଅନୁସାରେ ବାହାର ରତ୍ନଭଣ୍ଡାରରେ ପ୍ରବେଶ କଲେ ଟିମ୍ । ଲୋକନାଥଙ୍କୁ ପୂଜା କରି ପ୍ରବେସ କଲେ ଟିମ୍ । ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି ୧୧ ଜଣ ସଦସ୍ୟ । ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ସଦସ୍ୟ ଡାକ୍ତର ସିବିକେ ମହାନ୍ତି, ଗଜପତି ମହାରାଜାଙ୍କ ପ୍ରତିନିଧି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ,ଏଏସ୍‌ଆଇ ଅଧୀକ୍ଷକ ଡିବି ଗଡ଼ନାୟକ, ରତ୍ନଭଣ୍ଡାର ସବ୍ କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଭଣ୍ଡାର ମେକାପ, ତଢ଼ଉ କରଣ ଓ ଦେଉଳ କରଣ ପ୍ରମୁଖ ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି । ଗୋଟିଏ ପଟେ ରତ୍ନଭଣ୍ଡାର ଖୋଲିବାକୁ ନେଇ ସବୁଠି ଉତ୍ସାହ ଲାଗିରହିଛି । ଆଉ ଏହାରି ଭିତରେ ବିଜେପି ସରକାରର ଏହି ପଦକ୍ଷେପକୁ ପ୍ରଂଶସା କରିଛନ୍ତି ବିଜେଡିର ବରିଷ୍ଠ ନେତା ତଥା ବଡ଼ଚଣାର ପୂର୍ବତନ ବିଧାୟକ ଅମର ଶତପଥୀ । ତାଙ୍କ ପ୍ରତିକ୍ରିୟା ରଖି ସେ କହିଛ

ଆଗପଛ ହୋଇ ଆସୁଛି ଦୁଇଟି ଲଘୁଚାପ l

Image
ବ୍ୟୁରୋ ରିପୋର୍ଟ :- ଆଗ ପଛ ହୋଇ ଦୁଇଟି ଲଘୁଚାପ ଆସୁଛି । ଏହା ପ୍ରଭାବରେ ବର୍ଷା ପ୍ରକୋପ ବଢ଼ିବା ସମ୍ଭାବନା ଅଛି । ଆକଳନ କରାଯାଇଛି ଯେ , ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।ଉତ୍ତର ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ବଜ୍ରପାତ ଆଶଙ୍କା ରହିଛି । ପାଣିପାଗ ବିଭାଗ ଦୁଇ ସପ୍ତାହ ପାଇଁ ଜାରି କରିଥିବା ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଜୁଲାଇ ୧୧ରୁ ୧୮ ତାରିଖ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି । ସେହିପରି ୧୯ ତାରିଖବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି, ଯାହାକି ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହା ବି ଉତ୍ତର-ପଶ୍ଚିମକୁ ମୁହାଁଇପାରେ । ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି ।୧୪

ଦିତୀୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବ ଉପରେ ମୋହର l

Image
ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :- ସରିଲା ଦ୍ବିତୀୟ କ୍ୟାବିନେଟ୍। ୫ଟି ପ୍ରସ୍ତାବରେ ବାଜିଲା ମୋହର। ତିନି ଘଣ୍ଟାର ବୈଠକ ପରେ ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସର୍ବନିମ୍ନ ମଜୁରି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ବନିମ୍ନ ମଜୁରି ସଂଶୋଧିତ ହୋଇଛି। ସର୍ବନିମ୍ନ ମଜୁରୀ ୩୫୨ଟଙ୍କା ଥିଲା। ଏହାକୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଅର୍ଦ୍ଧ କୁଶଳୀଙ୍କର ମଜୁରି ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି, କୁଶଳୀମାନଙ୍କର ୫୦୦ ଓ ଉଚ୍ଚ କୁଶଳୀଙ୍କ ମଜୁରି ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠି ମଂଜୁରୀ ହୋଇଛି। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ। ତାଳପତ୍ର ପୋଥି ସଂଗ୍ରହାଳୟ, ବିଭିନ୍ନ ବିଶ୍ବବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ହେବ। ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପ୍ରଚେଷ୍ଟା କରାଯିବ। ବାଲିଯାତ୍ରାକୁ ଆନ୍ତର୍ଜାତୀୟ ଉତ୍ସବ ମାନ୍ୟତା ଦିଆଯିବ। କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଓଡ଼ିଶାରେ ୧୮୭୮୮ ଶିକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ଏମାନଙ୍କୁ ନିଯୁକ୍ତି ଦିଆଯିବ। ଅଚଳ ଓ ସଚଳ ଜଳସେଚନ ପ୍ରକଳ୍ପର ଦୃଢୀକରଣ କରାଯ