ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରେ ପାଳିତ ହେଲା ବାର୍ଷିକ କ୍ରୀଡା ଉତ୍ସବ, ଦେଖନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ...

ଯାଜପୁର (ବ୍ୟୁରୋ) - ଯାଜପୁର ଜିଲ୍ଲାର ଦାନଗଦି ବ୍ଲକ ର ଗହିରପାଟୁଳୀ ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ ବ୍ୟାସନଗର ସ୍ୱୟଂଶାସିତ ମହାବିଦ୍ୟାଳୟ ର ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ଶ୍ରୀଯୁକ୍ତ ବାବାଜୀ ଚରଣ ସାହୁ l ଏହି ବିଦ୍ୟାଳୟରେ ୬ଷ୍ଠ ରୁ ୯ମ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଏହି କ୍ରୀଡ଼ା ଦିବସ ପାଳନ କରାଯାଇଛି l ମୋଟ ଉପରେ ୨୫୦ ଜଣ ପ୍ରତିଯୋଗୀ ୨୬ ଟି ଖେଳରେ ଭାଗ ନେଇଥିଲେ l ବିଦ୍ୟାଳୟର ଭାରପ୍ରାପ୍ତ ଅଧିକାରୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅଭିଭାବକ ପରମାନନ୍ଦ ଦାସ ଓ ସମସ୍ତ ଅଭିଭାବକ ମାନେ ଉପସ୍ଥିତ ଥିଲେ l ଏହି କ୍ରୀଡ଼ା କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ପ୍ରଧାନ l କ୍ରୀଡ଼ା  ପରିଚାଳନା ରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ଏହି କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ l RITA vision News 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !