ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଦେଖନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ ରେ.. l

ବ୍ୟୁରୋ ରିପୋର୍ଟ - ପାଣିପାଗ,.. 
ସବୁ ଜିଲ୍ଲାପାଳଙ୍କୁ ସ୍ୱତିନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ଚିଠି ଲେଖିଛନ୍ତି । ଲଘୁଚାପ ବର୍ଷା ନେଇ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ଜୁନ ୧୧ରେ ୮ଜିଲ୍ଲାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୮ଜିଲ୍ଲା ଗୁଡ଼ିକ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ । ଅନ୍ୟପଟେ ଆସନ୍ତା ୧୨ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି । ଏହାସହ୪୮ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ୨୪ଘଣ୍ଟା ପରେ ଘନିଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରିବା ନେଇ ପୂର୍ବାନୁମାନ କରାଯାଇଛି । ତେଣୁ ୧୦ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି । ୧୦ ଓ ୧୨ରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।(Rita vision News) 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !