ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଆଦିବାସୀ ପରିବାର, ସରକାରୀ ସହାୟତା ପାଇଁ ଦାବୀ l

ଯାଜପୁର (କଳିଙ୍ଗନଗର) - ଯାଜପୁର ଜିଲ୍ଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦି ବ୍ଲକ ଓଲଳ ଗ୍ରାମପଞ୍ଚାୟତର ଆଦିବାସୀ ସାହି ର ଘଟଣା l ଏହି ସାହିର ଲମ୍ବୁଆ ମୁଣ୍ଡା ତାର ସ୍ତ୍ରୀ ଓ ୬ ଜଣ ପିଲା ଙ୍କୁ ନେଇ ବାସକରନ୍ତି l କିଛିଦିନ ହେଲା ଲମ୍ବୁଆ ଟାଇଫଏଡ ଜ୍ୱର ଓ ଟିବି ଏହି ରୋଗରେ ଆକ୍ରାନ୍ତ ହେଉଥିବା ବେଳେ କରୋନା ପାଇଁ ଚିକିତ୍ସା ହୋଇନପାରି ଗତ ତାରିଖ ୨.୯.୨୦୨୦ ସନ୍ଧ୍ୟା ସମୟରେ ଆରପରିକୁ ଚାଲିଗଲେ l ସ୍ତ୍ରୀ ମାନସିକ ବିକୃତ ଯୋଗୁ ୬ ଜଣ ଛୋଟ ପିଲା ଙ୍କୁ ପାଳିବା ସମ୍ଭବପର ନୁହେଁ l ତାଙ୍କର ନା ଅଛି ଜମିବାଡ଼ି ନା ଅଛି ରହିବା ପାଇଁ ଘର, ଭଙ୍ଗା କୁଡିଆ ରେ ବିତୁଛି ୭ ପ୍ରାଣୀଙ୍କ ଜୀବନ l ରୋଜଗାର ଶୂନ୍ୟ ପରିବାର, ବଡ଼ ପୁଅ ୧୨ ବର୍ଷର ହୋଇଥିବାବଳେ ଦୁଇ ଜଣ ଛୋଟ ପୁଅ ଓ ତିନିଜଣ ଛୋଟ ଝିଅ ଅଛନ୍ତି l ସାହି ଲୋକଙ୍କ ହାତଟେକାରେ ଚାଲିଛି ପରିବାର l ସ୍ଥାନୀୟ ସରପଞ୍ଚ ସରକାର ଙ୍କ ହରିଶ୍ଚନ୍ଦ୍ର ଯୋଜନା ର ସହାୟତା ୨୦୦୦ ଟଙ୍କା ହୋଇଥିବା ବେଳେ ମାତ୍ର ୧୫୦୦ ଟଙ୍କା ଦେଇ କାମ ସାରିଦେଲେ l ଏହି ଗ୍ରାମ ଟି ଦାନଗଦି ବ୍ଲକ ଠାରୁ ମାତ୍ର  କେଇ କିମି ଦୁରରେ ଅବସ୍ଥିତ କିନ୍ତୁ ପ୍ରଶାସନ ର ଦୃଷ୍ଟିକୁ ଆସିନାହିଁ l 
ଧୂଳିଗଡ଼ ଗ୍ରାମପଞ୍ଚାୟତର ସାମାଜ ସେବୀ ସଂଗ୍ରାମ ବିଶ୍ଵାଳ ଙ୍କୁ ନେଇ ଆମ ଟିମ ପହଞ୍ଚି ଥିଲା ଉକ୍ତ ଗାଁ ରେ l ଆମେ ଗ୍ରାଉଣ୍ଡ ଜିରୋ ରୁ ଯାହା ଅନୁଭବ କଲୁ ଏହି ଗ୍ରାମଟି ଆଦିବାସୀ ଅଧ୍ୟୁଷିତ ହୋଇଥିବାରୁ ଏଠାରେ ସରକାରୀ ସହାୟତା ଅପହଞ୍ଚ l ଶିଳ୍ପ ନଗରୀ ର ନାକ ତଳେ ଥିବା ଲୋକମାନେ ଏହିପରି ଅବସ୍ଥା ରେ ରହିବେ ତାହା ହାସ୍ୟାସ୍ପଦ କଥା l ତୁରନ୍ତ ଜିଲ୍ଲାପ୍ରଶାସନ ଓ ବ୍ଲକ୍ ପ୍ରଶାସନ ପକ୍ଷରୁ ଏହି ଗରିବୀ ଆଦିବାସୀ ପରିବାରକୁ ସଠିକ୍ ସରକାରୀ ସ୍ତରରେ ଥିବା ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଆମ ଚ୍ୟାନେଲ ମାଧ୍ଯମରେ ଗ୍ରାମବାସୀ ଙ୍କ ସହ ସମାଜସେବୀ ସଂଗ୍ରାମ ବିଶ୍ଵାଳ ଦାବି କରିଛନ୍ତି l (ଗ୍ରାଉଣ୍ଡ ଜିରୋ ରିପୋର୍ଟ - ଶ୍ରୀକାନ୍ତ ମହାପାତ୍ର ଙ୍କ ଠାରୁ) Rita vision News. 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !