Posts

Showing posts from September 14, 2020

ଯାଜପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଚକ୍ରବର୍ତ୍ତୀ ସିଂ ରାଠୋର l

Image
ଯାଜପୁର (ବ୍ୟୁରୋ ରିପୋର୍ଟ) :- ଯାଜପୁର ଜିଲ୍ଲା ର ୨୧ ତମ ଜିଲ୍ଲାପାଳ ଭାବେ ଦାୟିତ୍ଵ ନେଲେ ଚକ୍ରବର୍ତ୍ତୀ ସିଂ ରାଠୋର। ସୋମବାର ପୂର୍ବାହ୍ନରେ ମା ବିରଜାଙ୍କ ମନ୍ଦିର ବାହାରେ ମା ଙ୍କୁ ପ୍ରଣାମ କରି ଆଶୀର୍ବାଦ କାମନା କରିଥିଲେ ଶ୍ରୀ ରାଠୋର। ପରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଥିଲେ। ଶ୍ରୀ ରାଠୋର ଏହା ପୂର୍ବରୁ ବରହମପୁର ମୁନିସିପାଲ କର୍ପୋରେସନ ର କମିଶନର ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳ ଙ୍କ ଦାୟିତ୍ଵ ଗ୍ରହଣ ସମୟ ରେ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ନାୟକଙ୍କ ସହ ଆଇ ଏ ଏସ୍ ପ୍ରୋବେସନର ସଚିନ ପାୱାର, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗ ନଗର ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲାପାଳ ଙ୍କ ସ୍ୱତନ୍ତ୍ର ଅଧିକାରୀ କୁଳମଣି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ ଯାଜପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ରଂଜନ କୁମାର ଦାସ ଙ୍କ ର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ଅତିରିକ୍ତ ସଚିବ ଭାବେ ବଦଳି ହୋଇଥିଲା। RITA VISION NEWS