Posts

Showing posts from September 15, 2020

ବେସାହାରା, ଅନାଥ ଆଦିବାସୀ ପିଲାଙ୍କୁ ବେସରକାରୀ ଅନୁଷ୍ଠାନ ର ସହାୟତା ପ୍ରଦାନ l

Image
ଯାଜପୁର (କଳିଙ୍ଗନଗର) - ଯାଜପୁର ଜିଲ୍ଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦି ବ୍ଲକ ଓଲଳ ଗ୍ରାମପଞ୍ଚାୟତର ଆଦିବାସୀ ସାହି ର ଘଟଣା l ଏହି ସାହିର ଲମ୍ବୁଆ ମୁଣ୍ଡା ତାର ସ୍ତ୍ରୀ ଶୁରୁ ମୁଣ୍ଡା ଓ ୬ ଜଣ ପିଲା ଙ୍କୁ ନେଇ ବାସକରନ୍ତି l କିଛିଦିନ ହେଲା ଲମ୍ବୁଆ ଦଣ୍ଡିସ୍, ଟାଇଫଏଡ ଜ୍ୱର ଓ ଟିବି ଏହି ରୋଗରେ ଆକ୍ରାନ୍ତ ହେଉଥିବା ବେଳେ କରୋନା ପାଇଁ ଚିକିତ୍ସା ହୋଇନପାରି ଗତ ତାରିଖ ୨.୯.୨୦୨୦ ସନ୍ଧ୍ୟା ସମୟରେ ଆରପରିକୁ ଚାଲିଗଲେ l ସ୍ତ୍ରୀ ମାନସିକ ବିକୃତ ଯୋଗୁ ୬ ଜଣ ଛୋଟ ପିଲା ଙ୍କୁ ପାଳିବା ସମ୍ଭବପର ନୁହେଁ l ତାଙ୍କର ନା ଅଛି ଜମିବାଡ଼ି ନା ଅଛି ରହିବା ପାଇଁ ଘର, ଭଙ୍ଗା କୁଡିଆ ରେ ବିତୁଛି ୭ ପ୍ରାଣୀଙ୍କ ଜୀବନ l ରୋଜଗାର ଶୂନ୍ୟ ପରିବାର, ବଡ଼ ପୁଅ ୧୨ ବର୍ଷର ହୋଇଥିବାବଳେ ଦୁଇ ଜଣ ଛୋଟ ପୁଅ ଓ ତିନିଜଣ ଛୋଟ ଝିଅ ଅଛନ୍ତି l ସ୍ଵାମୀ ଆରପରିକୁ ଚାଲିଗଲା ପରେ ପାଗେଳୀ ଶୁରୁ ଛ 'ମାସର ଛୋଟ ପିଲା କୁ ନେଇ ଘର ଛାଡି ଚାଲିଯାଇଛି l ଏହି ପରିସ୍ଥିତିରେ ୫ ଜଣ ଅନାଥ ପିଲା ଭଙ୍ଗା କୁଡିଆ ରେ ରହିଛନ୍ତି l ସାହି ଲୋକଙ୍କ ହାତଟେକାରେ ଚାଲିଛି ପରିବାର l ଏହି ଗ୍ରାମ ଟି ଦାନଗଦି ବ୍ଲକ ଠାରୁ ମାତ୍ର କେଇ କିମି ଦୁରରେ ଅବସ୍ଥିତ କିନ୍ତୁ ପ୍ରଶାସନ ର ଦୃଷ୍ଟିକୁ ଆସିନାହିଁ l ଆମେ ଗ୍ରାଉଣ୍ଡ ଜିରୋ ରୁ ଯାହା ଅନୁଭବ କଲୁ ଏହି ଗ୍ରାମଟି ଆଦିବାସୀ ଅଧ୍ୟୁଷିତ ହୋଇଥିବାରୁ ଏଠାରେ ସରକାରୀ