ବିସ୍ଥାପିତ ଓ ପୋଲିସ୍ ମୁହାମୁହିଁ, ନାଲକୋ ବିସ୍ଥାପିତ ଙ୍କୁ ମିଳୁନାହିଁ ମୌଳିକ ସୁବିଧା l

କୋରାପୁଟ(ବ୍ୟୁରୋ ରିପୋର୍ଟ) : - କୋରାପୁଟ ଦାମନଯୋଡ଼ିରେ ମୁହାଁମୁହିଁ ହୋଇଛନ୍ତି ପୁଲିସ୍‌-ବିସ୍ଥାପିତ । ବିସ୍ଥାପିତଙ୍କ ଢେଲା ମାଡ଼ରେ ପୁଲିସ୍‌ ଗାଡ଼ି ଭାଙ୍ଗି ରୁଜି ଯାଇଥିବା ବେଳେ ସ୍ଥିତି ନିୟନ୍ତ୍ରଣ କରିବାକୁ ଟିୟର ଗ୍ୟାସ ଚଳାଇଛି ପୁଲିସ୍‌। ଏପରିକି ଘଟଣାସ୍ଥଳରେ ୧୪୪ ଧାରା ଜାରି କରିବା ସହ ୫୪ରୁ ଅଧିକ ବିକ୍ଷୋଭକାରୀ ବିସ୍ଥାପିତଙ୍କୁ ଗିରଫ କରିଛି ପୁଲିସ୍‌।
ନାଲକୋରେ ନିଯୁକ୍ତି ଦାବି କରି ଗତ ୪ ଦିନ ହେଲା ବିସ୍ଥାପିତମାନେ ଧାରଣାରେ ବସିଛନ୍ତି। ଏଥିଯୋଗୁ ଅଂଳାବଡି ଛକଠାରୁ ମାଇନ୍ସକୁ ରାସ୍ତା ବନ୍ଦ କରି ଦେଇଛନ୍ତି ବିସ୍ଥାପିତ। ଫଳରେ ନାଲ୍‌କୋର ଦିନକୁ ୨୫ ହଜାର ମେଟ୍ରିକ ଟନ ଉତ୍ପାଦନ ବନ୍ଦ ରହିଛି।
ଘଟଣାର ସମାଧାନ ନିମନ୍ତେ ଗତକାଲି ରାତିରେ ତହସିଲଦାର ଘଟଣାସ୍ଥଳକୁ ଯାଇଥିବା ବେଳେ କୌଣସି ସମାଧାନ ହୋଇପାରି ନ ଥିଲା। ଏହାପରେ ଆଜି ସକାଳୁ ଉପଜିଲ୍ଲାପାଳ ଆନ୍ଦୋଳନ ସ୍ଥଳରୁ ମାଇନ୍ସ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଥିଲେ।
ଏହାପରେ ପୁଣି ଥରେ ଆଜି ସକାଳେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ହେଉଥିବା ବେଳେ ଆନ୍ଦୋଳନକାରୀଙ୍କ ପଛ ପଟୁ ଢେଲା ମାଡ଼ ହୋଇଥିଲା। ଏଥିରେ ଗୋଟିଏ ପୁଲିସ୍‌ ଗାଡ଼ି ସହ ୨ଟି ପୁଲିସ୍‌ ବସ୍‌ ଚୁରମାର ହୋଇଛି। ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ପୁଲିସ୍‌ ଟିୟର ଗ୍ୟାସ ଚଳାଇଥିଲା। ଘଟଣାସ୍ଥଳରେ ୮ ପ୍ଲାଟୁନ ପୁଲିସ୍‌ ମୁତୟନ କରାଯାଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଘଟଣାସ୍ଥଳରେ କୋରାପୁଟ ଜିଲ୍ଲାପାଳ, ଏସ୍‌ପି, ଅତିରିକ୍ତ ଏସ୍‌ପି, ତହସିଲଦାର ଓ ଏସଡିପିଓ ପ୍ରମୁଖ ଉପସ୍ଥିତ ଅଛନ୍ତି।
ଜିଲ୍ଲାପାଳ କହିଛନ୍ତି, ଆନ୍ଦୋଳନକାରୀଙ୍କ ସହ ପ୍ରଶାସନିକ ଅଧିକାରୀ ଆଲୋଚନା କରିଛନ୍ତି। ନାଲକୋରେ ନିଯୁକ୍ତି ଦାବି କରି ସେମାନେ ଏହି ଆନ୍ଦୋଳନ କରିଥିଲେ। ଉଭୟ ନାଲୋକ କର୍ତ୍ତୃପକ୍ଷ ଓ ଆନ୍ଦୋଳନକାରୀ ମିଶି ଏହି ଘଟଣାର ଶାନ୍ତିପୂର୍ଣ୍ଣ ଉପାୟରେ ସମାଧାନ କରିବା ନିମନ୍ତେ କୁହାଯାଇଛି।
ଅନ୍ୟପକ୍ଷରେ ବିକ୍ଷୋଭକାରୀଙ୍କ ଉପରେ ପୁଲିସ୍‌ର କାର୍ଯ୍ୟାନୁଷ୍ଠାନକୁ ଦୃଢ଼ ଶବ୍ଦରେ ନିନ୍ଦା କରିଛନ୍ତି ବିଜେପି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର। ଏହା ସହିତ ଗିରଫ କରାଯାଇଥିବା ଲୋକଙ୍କୁ ତୁରନ୍ତ ମୁକ୍ତ କରିବାକୁ ସେ ଦାବି କରିଛନ୍ତି। ପୁଲିସ୍ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ସେ ଦାବି କରିଛନ୍ତି।
Displaced and police face off, Nalco displaced do not get basic benefits. 
Koraput (Beuro Report): - Police in Koraput have come face to face in Daman and Diu. Displaced clod bombings police cars Tier legislatures of gas to control the status of the police while handing broken butter. Even locale Article Date ୫୪ରୁ has more protesters were arrested after continuing to displaced including police.
 Displaced people have been sitting on the idea for the past four days demanding employment in Nalco. As a result, the road from Anlabadi Chowk to Mines has been closed. As a result, Nalcor's production of 25,000 metric tons per day has been halted.
 When the tehsildar went to the spot last night to resolve the matter, no solution was forthcoming. Earlier in the day, the sub-district commissioner issued a statement calling for an end to the protests.
 The bomber struck shortly after noon in front of a crowd of protesters, many of whom were protesting. One police vehicle and two police buses were destroyed. Police used tear gas to bring the situation under control. Six platoons of police have been deployed at the scene. Koraput district magistrate, SDP, additional SDP, tehsildar and SDPO chief are present at the spot to control the situation.
 "The rescue squad wasn't called for him," she told the Associated Press. They staged a protest demanding employment in Nalco. Both the Nalok authorities and the protesters have been called upon to resolve the issue peacefully.
 BJP state vice-president Bhrigu Bakshipatra, on the other hand, strongly condemned the police action against the protesters. He also demanded the immediate release of those arrested. He also demanded action against the police. 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !