କେନ୍ଦ୍ର ସରକାର ଙ୍କ ପକ୍ଷରୁ ଓଡ଼ିଶା କୁ ଆର୍ଥିକ ସହାୟତା ପ୍ରଦାନ l

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) : - ବାତ୍ୟା ୟାସ୍‌ ପାଇଁ ମୋଟ୍‌ ହଜାରେ କୋଟି ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଛି। ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା କରାଯାଇଛି। ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ମିଳିବ। ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଘୋଷଣା କରାଯାଇଛି।

ବାତ୍ୟା ୟାସ୍‌ରେ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷକରି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ବେଶୀ ପ୍ରଭାବିତ ହୋଇଥିଲା। ଆଜି କ୍ଷୟକ୍ଷତି ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିଥିଲେ। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ସମୀକ୍ଷା ବୈଠକ କରିଥିଲେ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୁଲିସ୍ ଡିଜି ଅଭୟ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିଲେ। ବିଶେଷ କରି ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ୍ ବ୍ୟବସ୍ଥା ଦାବି କରିଥିଲେ। ଏଥିପାଇଁ ଉନ୍ନତ ଟେକ୍ନୋଲୋଜି ଓ ଅଣ୍ଡର ଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଆବଶ୍ୟକ। ସେହିପରି ଉପକୂଳର ସୁରକ୍ଷା ପାଇଁ ଦୀର୍ଘକାଳୀନ ବ୍ୟବସ୍ଥା କରିବାକୁ ଦାବି କରିଥିଲେ। ୭/୮ ମିଟର ପର୍ଯ୍ୟନ୍ତ ଜୁଆର ଉଠୁଥିବାର ତାର ଦୀର୍ଘସ୍ଥାୟୀ ବ୍ୟବସ୍ଥା କରାଯାଉ ବୋଲି ମୁଖ୍ୟମନ୍ତ୍ରୀ ଦାବି କରିଥିଲେ ବୋଲି ଏସ୍‌ଆର୍‌ସି କହିଥିଲେ।
Providing financial assistance to Odisha from the Central Government. 
Bhubaneswar(Beuro Report) : - Prime Minister Narendra Modi has announced a total of Rs 1,000 crore in aid for Batya Yasu. Of this, Rs 500 crore has been announced for Odisha. The remaining Rs 500 crore has been announced for West Bengal and Jharkhand. The families of the victims of the storm will get Rs 2 lakh. A sum of Rs 50,000 has been announced for the critically injured.
 The cyclone has caused extensive damage in Odisha. Baleshwar and Bhadrak districts were particularly affected. Prime Minister Narendra Modi arrived in Odisha today to assess the damage. He held a review meeting at Bhubaneswar airport. It was attended by Governor Prof Ganeshi Lal, Chief Minister Naveen Patnaik, two Union Ministers Dharmendra Pradhan and Pratap Sadangi, Chief Secretary Suresh Mohapatra, Police DG Abhay and Special Relief Commission (SRRC) Pradeep Kumar Jena.

 During the Prime Minister's review meeting, Chief Minister Naveen Patnaik demanded two long-term measures to deal with the storm. In particular, the power system was able to withstand the wind. This requires advanced technology and underground wiring. He also called for long-term protection for the coast. The SRRC said the chief minister had demanded that the tide rise to 6/8 meters.

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !