ଅଗଷ୍ଟ ମାସ ର ଗାଇଡଲାଇନ୍ ସଂପର୍କରେ SRC ଙ୍କ ଘୋଷଣା I

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) :- ଧିରେ ଧିରେ ଅନଲକ ଆଡ଼କୁ ଗତି କରୁଛି ଓଡ଼ିଶା। ଏଥିପାଇଁ ସାରା ରାଜ୍ୟରେ ଦୋକାନବଜାର ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ। ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ ହେବ। ତେବେ କେବଳ ଭୁବନେଶ୍ୱର, କଟକ, ପୁରୀରେ ପୂର୍ବ ଭଳି ସପ୍ତାହାନ୍ତ ସଟଡାଉନ ଜାରି ରହିବ। ଏନେଇ ଅଗଷ୍ଟ ଗାଇଡଲାଇନ୍ ସଂପର୍କରେ SRC ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ,ଅଆମ ରାଜ୍ୟରେ ୨୭ ଜିଲ୍ଲାରେ ସଂକ୍ରମଣ ହାର ନଗଣ୍ୟ ଅଛି। କଟକ, ଖୋର୍ଦ୍ଧା, ପୁରୀରେ ଟିକେ ଅଧିକ କେସ୍ ରହିଛି। ହେଲେ ଉଦବେଗଜନକ ନୁହେଁ। ଜୀବନ-ଜୀବିକା ସମନ୍ୱୟ ପାଇଁ ଧିରେ ଧିରେ ଅନଲକ୍ ହେଉଛି। ରାଜ୍ୟରେ ଦେଢ଼ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଗଲାଣି। ରାଜ୍ୟରେ ସଂକ୍ରମଣ ଅନେକାଂଶରେ ନିୟନ୍ତ୍ରଣକୁ ଆସିଥିବା SRC କହିଛନ୍ତି। ଅଗଷ୍ଟ ଗାଇଡଲାଇନ୍ ନେଇ SRC କହିଛନ୍ତି ଯେ, ପ୍ରତି ଦିନ ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫ୍ୟୁ ଲାଗୁ ହେବ। ଭୁବନେଶ୍ୱର, କଟକ, ପୁରୀରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ। ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା। ରେଷ୍ଟୁରାଣ୍ଟ, ବାର୍ ୫୦% କ୍ଷମତାକୁ ନେଇ ଖୋଲି ପାରିବ। ସିନେମା ହଲ୍ ୫୦% ଦର୍ଶକ କ୍ଷମତାକୁ ନେଇ ଖୋଲିପାରିବ। ହଲ୍, ମଲ୍ ଯାଉଥିବା ପ୍ରାପ୍ତବୟସ୍କ ଲୋକଙ୍କ ଟିକା ସାର୍ଟିଫିକେଟ ଜରୁରୀ। ସମସ୍ତ ଧାର୍ମିକ, ରାଜନୈତିକ, ସାମାଜିକ ସମାବେଶ ମନା। ପ୍ରଦର୍ଶନୀ, ବାଣିଜ୍ୟ...