ଗଳ୍ପ ସଙ୍କଳନ '' ମାଟି ଘୋଡ଼ା '' କୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ l

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) : - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ଠାରେ ଅବସରପ୍ରାପ୍ତ ପ୍ରଶାସକ ତଥା କଥାକାର ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟି ଘୋଡ଼ା’ର ଲୋକାର୍ପଣ କରିଛନ୍ତି । ମାଟିର ମହକରେ ନିଜକୁ ହଜାଇ ଦେଇଥିବା ପ୍ରଦୀପ୍ତ ତାରି ଭିତରେ ହିଁ ଶାଶ୍ୱତର ସନ୍ଧାନ କରିଛନ୍ତି ।

 ନିଜର ପରିଚୟ ସୃଷ୍ଟି କରିଛନ୍ତି ଓ ନିଜର ଜୀବନାନୁଭୂତିକୁ ସାହିତ୍ୟ ରଙ୍ଗରେ ରଙ୍ଗାଇଛନ୍ତି । ମାଟିର ଘୋଡ଼ା ସହିତ ମାଟି ଶିଲଟର ପୃଥିବୀ, ମାଟି ଘଟର ଜୀବନ ଓ ନିଜ ମାଟିର ଗନ୍ଧ ଆଦି ଗଳ୍ପ ସଂକଳନ ଶ୍ରୀ ମହାପାତ୍ରଙ୍କ ଉଜ୍ଜଳ ସାରସ୍ୱତ ପ୍ରତିଭାର ପ୍ରତିଶ୍ରୁତି ବହନ କରୁଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଥାକାର ଶ୍ରୀ ମହାପାତ୍ରଙ୍କୁ ଅଭିନନ୍ଦନ ଜଣାଇବା ସହ ପୁସ୍ତକଟିର ସଫଳତା କାମନା କରିଛନ୍ତି ।
Chief Minister Shri Naveen Patnaik has unveiled the collection of stories "Mati Ghoda". 
Bhubaneswar(Beuro Report) : - Chief Minister Naveen Patnaik has unveiled a collection of short stories by retired administrator and narrator Pradeep Mohapatra at Naveen Niwas. He has found eternity in the luminous wire that has lost itself in the honey of the soil.

 He has created his identity and painted his life in literary colors. Mr. Mohapatra's brilliant collection of stories, including the Earth's Horse, the Earth Shiller's Earth, the Life of the Earth's Ghat, and the smell of its own soil, bear the promise of a brilliant essence. Chief Minister Shri Patnaik congratulated the speaker Mr. Mohapatra and wished him success in the book.

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !