୭୬ ବର୍ଷରେ ପାଦ ଥାପିଲେ ନବୀନ : ବିଭିନ୍ନ ମହଲରୁ ଶୁଭେଚ୍ଛା, ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ I

ଭୁବନେଶ୍ଵର : - ୭୬ ବର୍ଷରେ ପାଦ ଥାପିଲେ ଓଡ଼ିଶା ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଗଣଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ମାନ୍ୟଗଣ୍ୟ ନେତା ମନ୍ତ୍ରୀ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଟ୍ଵିଟ୍‌ରେ ଲେଖିଛନ୍ତି ଯେ, ନବୀନଙ୍କୁ ଶୁଭ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ଏହାସହ ମୋଦୀ ନବୀନଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ଵିଟ୍ କରି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଧର୍ମେନ୍ଦ୍ର ତାଙ୍କ ଟ୍ଵିଟ୍‌ରେ ଲେଖିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।
ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ମଧ୍ୟ ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
୧୯୪୬ରେ ଜନ୍ମିତ ନବୀନ ଆଜି ୭୬ ବର୍ଷରେ ପାଦ ଦେଇଛନ୍ତି । ତେବେ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । ପୂର୍ବରୁ ନବୀନଙ୍କ ଜନ୍ମଦିନକୁ ବିଜେଡି କର୍ମୀ ମାନେ ବେଶ ଧୂମଧାମରେ ପାଳନ କରୁଥିଲେ । ନବୀନ ନିବାସରେ ହଜାର ହଜାର ସମର୍ଥକଙ୍କ ଭିଡ ଜମୁଥିଲା । କିନ୍ତୁ ଗତ କିଛି ବର୍ଷ ହେବ ଜନ୍ମଦିନ ପାଳନରୁ ଦୂରେଇ ରହିଛନ୍ତି ନବୀନ ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !