କଂଗ୍ରେସର ଓଡିଶା ବନ୍ଦ ଡାକରାକୁ ହାଇକୋର୍ଟଙ୍କ ଅଙ୍କୁଶ l

ଯାଜପୁର :- ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ନଭେମ୍ବର ୧୨ ରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି ଏବଂ ସକାଳ ୬ ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ କଂଗ୍ରେସ ବନ୍ଦ ପାଳନ କରିବ । ବନ୍ଦ ବେଳେ ଅତ୍ୟାବଶ୍ୟକୀୟ ସେବା ଗୁଡ଼ିକକୁ ବାଧା ଦିଆଯିବ ନାହିଁ ଓ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରାଯିବ ବୋଲି କଂଗ୍ରେସ କହିଛି । ଅନ୍ୟପଟେ ଓଡ଼ିଶା ବନ୍ଦ ପାଳନକୁ ବିରୋଧ କରି ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଏହାର ବିଚାର କରି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।
 ହାଇକୋର୍ଟଙ୍କ ନିର୍ଦେଶାନୁସାରେ ବନ୍ଦ ବେଳେ ଦୋକାନ ବଜାର ବନ୍ଦ କରିବା ପାଇଁ କେହି ବାଧ୍ୟ କରିପାରିବେନାହିଁ, ଅଖଚକ ବନ୍ଦ ପାଳନ ସମ୍ପୂର୍ଣ୍ଣ ବେଆଇନ । ସାଧାରଣ ଜନଜୀବନ ପ୍ରଭାବିତ କଲାଭଳି କାମ ହେବା ଉଚିତ ନୁହେଁ ଓ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଆଇନ ଉଲ୍ଲଘଂନ କଲେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମାନ୍ୟବର ହାଇକୋର୍ଟଙ୍କ ନିର୍ଦେଶ ଅନୁଯାୟୀ ପ୍ରତିକ୍ରିୟା ରଖିଛନ୍ତି ଯାଜପୁର ଏସ୍ ପି. ରାହୁଲ ପି. ଆର୍. I 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !