କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କୁ ଷୋହଳ ତମ ପର୍ଯ୍ୟାୟ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ l

ବଲାଙ୍ଗୀର :-ଟିଟିଲାଗଡ଼ ସ୍ଥିତ ଆଦିବାସୀ ଭବନ ଠାରେ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ରେ ଅଧ୍ୟୟନ ରତ ଛାତ୍ରଛାତ୍ରୀ ମାନଙ୍କୁ ୧୫ତମ ପର୍ଯ୍ୟାୟ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି l କରୋନା ମହାମାରୀ ଜନିତ କଟକଣା ସମୟ ରେ ସମ୍ପୂର୍ଣ ନିଃଶୁଳ୍କ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା କୁ ସୁଦୃଢ କରିବା ପାଇଁ କିସ କିଟ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ କିସ ର ଛାତ୍ରଛାତ୍ରୀ ମାନଙ୍କ ଉଚ୍ଚ ଶିକ୍ଷା,ଗୁଣାତ୍ମକ ଶିକ୍ଷା,ଅନ ଲାଇନ ଶିକ୍ଷା ବ୍ୟବସ୍ଥା କୁ ଅନବରତ ଜାରି ରଖିବା କାର୍ଯ୍ୟକ୍ରମ ହାତକୁ ନେଇ ସାରା ବିଶ୍ୱରେ ଉଦାହରଣ ସୃଷ୍ଟି କରିଛନ୍ତି l କରୋନା କଟକଣା ପରିସ୍ଥିତି ରେ କିସ ଛାତ୍ରଛାତ୍ରୀ ମାନଙ୍କୁ ନିରବିଛିନ୍ନ ମାଗଣା ଶିକ୍ଷା ଦାନ ପାଇଁ କିସ ତରଫରୁ ଅନ ଲାଇନ ଲାଇଭ କ୍ଲାସ ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଲାସ ଶିକ୍ଷା ପ୍ରଦାନ କରାଯାଉଛି lକିସ କିଟ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଅବଦାନ ଫଳରେ ୧୫ତମ ପର୍ଯ୍ୟାୟ ତଥା ୨୦୨୧ ଚଳିତ ନୂତନ ଶିକ୍ଷା ବର୍ଷ ର ତୃତୀୟ ପର୍ଯ୍ୟାୟ ରେ ପ୍ରଥମ ଶ୍ରେଣୀ ରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଆଦି ସମସ୍ତ ବ୍ଲକ ରେ ବଣ୍ଟନ କରାଯାଇଛି l ଆଜି ବଲାଙ୍ଗିର ଜିଲ୍ଲାର ଚଉଦ ଗୋଟି  କର୍ମକର୍ତ୍ତା ମାନେ ପାଠ୍ୟ ଉପକରଣ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଇତ୍ୟାଦି ବଣ୍ଟନ କରିବାରେ ସହଯୋଗ କରିଥିଲେ l ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଭୁତାଣୁ ଜନିତ ଲକ ଡାଉନ କଟକଣା ଯୋଗୁଁ ମାର୍ଚ୍ଚ ୨୦୨୦ ଦ୍ଵିତୀୟ ସପ୍ତାହ ରୁ ଭାରତ ତଥା ଓଡିଶା ର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି l କିସ ର ଛାତ୍ରଛାତ୍ରୀ ମାନଙ୍କ ସୁରକ୍ଷା ଚିନ୍ତା ସହିତ ପାଠପଢା ଅବ୍ୟାହତ ରଖିବା ପାଇଁ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ସାମନ୍ତ ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟ ପୁସ୍ତକ ସହିତ ପ୍ରଥମ l କିସ ତରଫରୁ ପ୍ରଦତ୍ତ ବିଭିନ୍ନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ରେଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ,ଜ଼ିଲ୍ଲା ସମ୍ପାଦକ ହେମେନ୍ଦ୍ର ନାଥ ହାଁସଦା,ଜଗନ୍ନାଥ ମାଝି,ସୁନୀଲ ମାଝି,ଘାସିରାମ ମାଝି,ଇନ୍ଦ୍ରମଣି ମାଝି,ନିତ୍ୟାନନ୍ଦ ମାଝି,ଥବିର ପୁଝାରୀ,ଦେବସିଂ ମାଝି,ପ୍ରମୁଖ ସହଯୋଗ କରିଥିଲେ (ବଲାଙ୍ଗୀର ରୁ ଦୁର୍ଯ୍ୟୋଧନ ବର୍ଗେ ଙ୍କ ରିପୋର୍ଟ) 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !