ବରିଷ୍ଠ ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ l

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) : - ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସସ୍ତରରେ ତଥା ମୁଖ୍ୟ ସଚିବ ପାହ୍ୟାର ଅଫିସରଙ୍କ ମଧ୍ୟରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଦୀର୍ଘ ପ୍ରାୟ ଏକ ବର୍ଷ ଧରି ସ୍ଥାଣୁ ହୋଇ ପଡ଼ି ରହିଥିବା ରାଜସ୍ୱ ପର୍ଷଦ ଅଫିସକୁ ସକ୍ରିୟ କରିବା ପାଇଁ ରାଜ୍ୟ ସରକାର ଏହି ବଦଳି କରିଥିବା ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ମିଳିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରରୁ ଡେପୁଟେସନରେ ଫେରିଥିବା ୧୯୮୬ ବ୍ୟାଚ୍ ଆଇଏଏସ୍ ଜିଭିଭି ଶର୍ମାଙ୍କୁ କଟକସ୍ଥିତ ବୋର୍ଡ ଅଫ ରେଭନ୍ୟୁର ସଦସ୍ୟ ଭାବେ ନିଯୁକ୍ତି ମିଳିଛି । ସେହିପରି ବୋର୍ଡ ଅଫ ରେଭନ୍ୟୁ ସଦସ୍ୟ ଭାବେ କାର୍ଯ୍ୟ କରୁଥିବା ୧୯୮୮ ବ୍ୟାଚର ଆଇଏଏସ୍ ସିଜେ ବେଣୁଗୋପାଳଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ବଦଳି କରାଯାଇଛି । ଶ୍ରୀ ବେଣୁଗୋପାଳ ମଧ୍ୟ ପୂର୍ବଭଳି ନୂଆଦିଲ୍ଲୀରେ ମୁଖ୍ୟ ଆବାସିକ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। କେବିକେ ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରୁଥିବା ୧୯୮୬ ବ୍ୟାଚର ଆଇଏଏସ୍ ସୁଦର୍ଶନ ପାଲ ଠାକୁର ଏଣିକି କେବଳ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ କାର୍ଯ୍ୟ କରିବେ। ସୂଚନାଯୋଗ୍ୟ, ୧୯୮୬ ବ୍ୟାଚ ଆଇଏଏସ୍ ଜିଭିଭି ଶର୍ମା ନ୍ୟାସନାଲ ଅଥରିଟି ଅଫ୍ କେମିକାଲ ୱିପନ୍ସ କନଭେନସନ ନ୍ୟାସନାଲ ଅଥରିଟିରେ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। କେନ୍ଦ୍ର ସରକାରଙ୍କୁ ଚିଠି ଲ...