Posts

Showing posts from June 30, 2021

ଦିନକୁ ଶହ ଶହ ଟ୍ରିପ ଚୋରାଚାଲାଣ ହେଉଛି ଲୁହାପଥର, ସରକାର ହରାଉଛନ୍ତି ରାଜସ୍ୱ l

Image
ଯୋଡା : ଲୁହାପଥରର ମୂଲ୍ୟ ବଢ଼ିବାରେ ଲାଗିଛି। ଗତ ଏକ ବର୍ଷ ମଧ୍ୟରେ ପ୍ରାୟ ୫ଗୁଣା ବୃଦ୍ଧି ଘଟି ଟନ୍‌ ପିଛା ସର୍ବନିମ୍ନ ୧୦ହଜାରରୁ ଊର୍ଦ୍ଧ୍ୱ ଟଙ୍କା ରହିଛି। ଲୁହାପଥର ମୂଲ୍ୟ ଅନ୍ତଃରାଷ୍ଟ୍ରୀୟ ବଜାରରେ ବୃଦ୍ଧି ପାଉଥିବାରୁ ଚୋରା କାରବାର ମଧ୍ୟ ବଢ଼ିବାରେ ଲାଗିଛି। ବିଶେଷକରି କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ଖଣିଜ ଚୋରା କାରବାର ଏକ ଦୈନନ୍ଦିନ ଘଟଣାରେ ପରିଣତ ହେଲାଣି। ଚଳିତ ଜୁନ୍‌ ମାସରେ ଚୋରାଚାଲାଣ ହେଉଥିବା ୫୦ରୁ ଊର୍ଦ୍ଧ୍ୱ ବଡ଼ବଡ଼ ଟ୍ରକ୍‌କୁ ପୋଲିସ ଓ ବନବିଭାଗ ପକ୍ଷରୁ ଜବତ କରାଗଲାଣି। ଏହି ସମସ୍ତ ଚୋରା ଖଣିଜ ବୋଝେଇ ଟ୍ରକ୍‌ ପ୍ରାୟତଃ ଖଣି ଲିଜ୍‌ ସଂଲଗ୍ନ ଅଞ୍ଚଳରୁ ଧରାପଡ଼ିଛି। ଯାହାକି ଖଣି ନିର୍ଦ୍ଦେଶାଳୟର ବିନା ଅନୁମୋଦନରେ ଚାଲାଣ ହେଉଥିବା ଜଣାପଡ଼ିଛି। ବିଭିନ୍ନ ଉପାୟରେ ଖଣିଜ ପଦାର୍ଥ ଚୋରି ହେଉଥିବାରୁ ସରକାର ବହୁ ଲକ୍ଷ ଟଙ୍କା ରାଜସ୍ବ ହରାଉଛନ୍ତି। ଏନେଇ ଭୁବନେଶ୍ୱର ସ୍ଥିତ ଖଣି ନିର୍ଦ୍ଦେଶାଳୟର ବରିଷ୍ଠ ଯୁଗ୍ମ ନିର୍ଦ୍ଦେଶକ ଙ୍କୁ ପଚାରିବାରେ ସେ କହିଛନ୍ତି, ଖଣିଜ ଚୋରି ରୋକିବାପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଇଥ୍ରିଏମ୍‌ଏସ୍‌, ଷ୍ଟେଟ୍‌ ଲେଭଲ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଭଳି ଅନେକ ପଦକ୍ଷେପ ନିଆଯାଇଛି। ଏବେ ଖଣିଜ ଚୋରା ଚାଲାଣକୁ ରୋକିବା ପାଇଁ ଆହୁରି କଠୋର ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପୁରୁଣା ଖଣି