ଖାକିରେ ଲାଗିଛି କଳଙ୍କର ଛିଟା ।

ଯାଜପୁର (ବ୍ୟୁରୋ ରିପୋର୍ଟ) :- ଖାକିରେ ଲାଗିଛି କଳଙ୍କର ଛିଟା । ପୋଲିସ କର୍ମଚାରୀଙ୍କ ନାଁରେ ଲଭ ସେକ୍ସ ଧୋକା ଅଭିଯୋଗ । ସୁରକ୍ଷା ଦାୟିତ୍ୱ ବହନ କରୁଥିବା ପୋଲିସ ବିଭାଗର ଜଣେ କର୍ମଚାରୀ ବିଧବା ମହିଳାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିବା ପରେ ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏଭଳି ଘଟଣା ଧର୍ମଶାଳା ଥାନା ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ସୂଚନା ଅନୁଯାୟୀ ଧର୍ମଶାଳା ଥାନା ଅନ୍ତର୍ଗତ ଦିଗାମ୍ବରପୁର ଗ୍ରାମର ଜଣେ ବିଧବା ମହିଳାଙ୍କ ସହିତ ଓଏପିଏଫ କର୍ମଚାରୀ ଶ୍ୟାମସୁନ୍ଦର କିସ୍କୋଙ୍କ ପ୍ରେମସମ୍ପର୍କ ଗଢି ଉଠିଥିଲା । ଓଏପିଏଫ କର୍ମଚାରୀ ଜଣକ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଥିଲେ । ହେଲେ ପରବର୍ତ୍ତୀ ସମୟରେ ବିବାହ କରିବାକୁ ମନା କରିଦେଇଥିଲେ । ଏପରିକି ଗର୍ଭ ନଷ୍ଟ କରିଥିବା ଅଭିଯୋଗ କରିଛନ୍ତି । ପରେ ଏକ ଫାଉଣ୍ଡେସନର ମାଧ୍ୟମରେ ଉଭୟଙ୍କ ମଧ୍ୟରେ ବୁଝାମଣା ହୋଇଥିଲା । ତେବେ ବିବାହରେ ଅରାଜି ହେବାରୁ ଯୁବତୀ ଜଣକ ଏସମ୍ପର୍କରେ ଧର୍ମଶାଳା ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଧର୍ମଶାଳା ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଶ୍ୟାମସୁନ୍ଦରଙ୍କୁ ଗିରଫ କରିଥିଲା । ଉଭୟଙ୍କ ଡାକ୍ତରୀମାଇନା କରାଯିବା ସହ ପୀଡିତାର ମାଜିଷ୍ଟ୍ରେଟଙ୍କ ନିକଟରେ ୧୬୪ ଧାରାରେ ବୟାନ ରେକର୍ଡ...