Posts

Showing posts from August 1, 2021

କୋଭିଡ୍ ନିୟମାନୁସାରେ ପାଳନ ହେବ ସମ୍ବଲପୁରୀ ଦିନ୍ ଉତ୍ସବ I

Image
ସମ୍ବଲପୁର(ବ୍ୟୁରୋ ରିପୋର୍ଟ) :- କରୋନା କଟକଣା ଯୋଗୁଁ ଏଥର ମଧ୍ୟ ସମ୍ବଲପୁରୀ ଦିନ୍‌ ଉତ୍ସବ ଖୋଲା ମଞ୍ଚରେ ଆୟୋଜନ ହେବ ନାହିଁ । ତେବେ ସାମାଜିକ ଗଣମାଧ୍ୟମରେ ଏନେଇ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ସାମାଜିକ ଗଣମାଧ୍ୟମରେ ଶ୍ରଦ୍ଧାଞ୍ଜଳୀ ସଭା ସହ ପୁସ୍ତକ ଉନ୍ମୋଚନ କରି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି । ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ବ୍ୟାପକ ପ୍ରଚାର ପ୍ରସାର ପାଇଁ ଗୁରୁ ସତ୍ୟନାରାୟଣ ବହିଦାର ଓ ସାଧକ ଶ୍ରୀଧର ପ୍ରଧାନଙ୍କ ପବିତ୍ର ଜନ୍ମ ତିଥି ଅଗଷ୍ଟ ଏକ ତାରିଖକୁ ସମ୍ବଲପୁରୀ ଦିନ୍‌ ଭାବରେ ପାଳନ କରାଯାଉଛି । ୨୦୧୨ ରେ ପ୍ରଥମେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ସମ୍ବଲପୁରୀ ଦିନ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ବର୍ତ୍ତମାନ ସମଗ୍ର ବିଶ୍ୱରେ ଏହି ସ୍ୱତନ୍ତ୍ର ଦିବସ ପାଳନ ହେଉଛି । ପୂର୍ବରୁ ସମ୍ବଲପୁର ସହରର ଜେଲ ଛକ ନିକଟରେ ରାଜ୍ୟ ସ୍ତରୀୟ ଉତ୍ସବ ପାଳନ ହେଉଥିଲା । କିନ୍ତୁ, ଗତ ବର୍ଷ ଠାରୁ ମହାମାରୀ କରୋନା କଟକଣା ଯୋଗୁଁ ଲୋକେ ଉତ୍ସବକୁ ନିଜ ଘରେ ରହି ପାଳନ କରୁଛନ୍ତି । ଚଳିତ ବର୍ଷ ମଧ୍ୟ ସାମାଜିକ ଗଣମାଧ୍ୟମରେ ଉତ୍ସବ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନର ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି ସୂଚନା ଦେଇଛନ୍ତି । ସେହପରି ଚଳିତ ବର