Posts

Showing posts from August 6, 2021

ଦୀର୍ଘ ଦୁଇବର୍ଷ ହେଲା ଅନ୍ଧାରରେ ଗ୍ରାମବାସୀ, ଆମ ରାଜ୍ୟର ବିଦ୍ୟୁତ ବିଭାଗର ଅପାରଗତା!

Image
କେନ୍ଦୁଝର(ବ୍ୟୁରୋ ରିପୋର୍ଟ) :-କେନ୍ଦୁଝର ଜିଲାର ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକର ଜୁଆଙ୍ଗ ଜନଜାତି ବହୁଳ ମେଦିନପୁର ଓ ଭେଜଡିହି ଗଁ। ଦୀର୍ଘ ଦୁଇବର୍ଷ ହେବ ବିଦ୍ୟୁତ୍‌ ଆଲୋକ ନାହିଁ। ଫଳରେ ୨ ଗାଁର ଲୋକେ ଅନ୍ଧାରରେ ରହୁଛନ୍ତି। ଏଥିପାଇଁ ସେମାନଙ୍କୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ବିଜୁଳି ଆଲୋକ ସେମାନଙ୍କ ପାଇଁ ଉପହାସ ପାଲଟିଛି ବୋଲି ସାଧାରଣରେ କୁହାଯାଇଛି। ବଣ ଜଙ୍ଗଲ ପରିବେଷ୍ଟିତ ଏହି ଦୁଇ ଗାଁ ରେ ଶତାଧିକ ପରିବାର ବସବାସ କରୁଛନ୍ତି। ହାତୀ, ଅନ୍ୟ ବନ୍ୟଜନ୍ତୁ, ସରୀସୃପ ଆଦି ଭୟ ଲାଗି ରହିଥାଏ। ଦୁଇ ବର୍ଷ ତଳେ ବଜ୍ରପାତରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ପୋଡ଼ିଯିବା ପରଠାରୁ ଗାଁ ଅନ୍ଧାରରେ ରହିଛି। ସେବେଠାରୁ ଗ୍ରାମବାସୀ ବିଜୁଳି ଆଲୋକ ପାଇବାରୁ ବଞ୍ଚିତ ହୋଇଛନ୍ତି। ଗାଁକୁ ଚାରିପାର୍ଶ୍ୱରୁ ଜଙ୍ଗଲ ଘେରି ରହିଥିବାରୁ ସନ୍ଧ୍ୟାରେ ଘରୁ ବାହାରିବା ପାଇଁ ଭୟ କରୁଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏ ନେଇ ସେମାନେ ବାରମ୍ବାର ବିଭାଗୀୟ ଅଧିକାରୀମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ପାଉ ନ ଥିବାରୁ ଜିଲାପାଳଙ୍କ ହସ୍ତକ୍ଷେପ ଦାବି କରିଛନ୍ତି। ଅପରପକ୍ଷେ ଜଣେ ବିଦ୍ୟୁତ୍‌ ବିଭାଗର କର୍ମଚାରୀ କହି ପର୍ଯ୍ୟାୟକ୍ରମେ ଟ୍ରାନ୍ସଫର୍ମର ବସାଇବା ପାଇଁ ପ୍ରାୟ ତେର ହଜାର ଟଙ୍କା ଠକି ନେଇଥିବା ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି। ଲକଡାଉନ ସମୟରେ ସରକାର ଅନ୍‌ଲାଇନରେ ପିଲ...

ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିରେ ନିର୍ମାଣ ହୋଇଛି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର l

Image
ଢେଙ୍କାନାଳ(ଭୁବନ) : - ଗଳିକନ୍ଦିରେ ଠୁଳ ହୋଇ ରହୁଥିଲା ଆବର୍ଜନା। ବିଗାଡୁଥିଲା ସହର ସୌନ୍ଦର୍ଯ୍ୟ। ସୃଷ୍ଟି ହେଉଥିଲା ଗନ୍ଧ ମୟ ପ୍ରବେଶ । ବଢୁଥିବା ମଶାବଂଶ ସାଜୁଥିଲା ସଂକ୍ରାମକ ରୋଗର କାରଣ। ହେଲେ ସେହି ଅଦରକାରୀ ବର୍ଜ୍ୟ ଏବେ ଅନେକଙ୍କୁ କରିଛି ସ୍ବାବଲମ୍ବୀ। ସେଥିରୁ ପ୍ରସ୍ତୁତ ହେଉଥିବା ଜୈବଖତରୁ ସ୍ବଚ୍ଛଳ ହୋଇଛି ଅନେକ ପରିବାରର ଆର୍ଥତ୍କ ସ୍ଥିତି। ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିରେ ନିର୍ମାଣ ହୋଇଥିବା ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ୧୬ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାଙ୍କ ମୁହଁରେ ହସ ଫୁଟାଇଥିବାବେଳେ ଆଗାମୀ ଦିନରେ ଏହାର ସମ୍ପ୍ରସାରଣ କରିବାକୁ ଯୋଜନା ରହିଛି। ଫସଲରେ ବଢୁଛି କୀଟନାଶକ, ରାସାୟନିକ ସାର ବ୍ୟବହାର। ଏହାଦ୍ୱାରା ଯଦିଓ ଉତ୍ପାଦନ ବୃଦ୍ଧି ପାଉଛି, ତଥାପି ଶରୀର ଉପରେ ପଡୁଛି ଏହାର ପ୍ରତିକୂଳ ପ୍ରଭାବ। ତେଣୁ ସମନ୍ବିତ କୃଷିରେ ଜୈବିକ ସାର ପ୍ରୟୋଗ ଉପରେ ଏବେ ଦିଆଯାଉଛି ପ୍ରାଥମିକତା। ସହରାଞ୍ଚଳରୁ ଦୈନିକ ବାହାରୁଥିବା ବର୍ଜ୍ୟରୁ ଉନ୍ନତମାନର କମ୍ପୋଷ୍ଟ ପ୍ରସ୍ତୁତ କରି ଏହାକୁ କୃଷିକ୍ଷେତ୍ରରେ ବ୍ୟବହାର କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଏନ୍‌ଏସି, ପୌରାଞ୍ଚଳ ଏବଂ ମହାନଗର ନିଗମରେ ୨୦୧୯ରୁ ଆରମ୍ଭ ହୋଇଛି ‘ମୋ ଖତ’ ଯୋଜନା। ତଦନୁଯାୟୀ ଭୁବନ ଏନ୍‌ଏସିରେ ୨୦୨୦ରୁ ସ୍ଥାପନ କରାଯାଇଛି ୨ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି)। ଏନ୍‌ଏସିର...

ସପ୍ତାହର ୫ ଦିନ ଖୋଲାରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ।

Image
ବାରଙ୍ଗ (ବ୍ୟୁରୋ ରିପୋର୍ଟ) : - ସପ୍ତାହର ୫ ଦିନ ଖୋଲାରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଶନିବାର ଓ ରବିବାର ବନ୍ଦ ରହିବ ନନ୍ଦନକାନନ । କରୋନା ସଂକ୍ରମଣ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ । ଦୀର୍ଘ ୩ ମାସ ପରେ ଚିଡିଆଖାନା ବୁଲିଥିଲେ ପର୍ଯ୍ୟଟକ। ତେବେ କରୋନା କଟକଣା ମଧ୍ୟରେ ପର୍ଯ୍ୟଟକକୁ ସୀମିତ ସଂଖ୍ୟାରେ ପ୍ରବେଶ କରିବାକୁ ଅନୁମତି ମିଳିଥିଲା । ଉଲ୍ଲେଖଯୋଗ୍ୟ ଯେ, ଗତ ୩ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ । କୋଭିଡ କଟକଣା ଭିତରେ ପର୍ଯ୍ୟଟକ ବୁଲିପାରିବେ ପ୍ରାଣୀ ଉଦ୍ୟାନ । ତେବେ ୧୦ ବର୍ଷରୁ କମ ଓ ୬୫ ବର୍ଷରୁ ବୟସ୍କ ବ୍ୟକ୍ତିଙ୍କୁ ପ୍ରବେଶ ନିଷେଧ କରାଯାଇଛି । ଏହା ସହିତ ଥଣ୍ଡା କାଶ ଥିଲେ ପ୍ରବେଶ ନିଷେଧ କରାଯାଇଛି । ଚିଡିଆଖାନା ଭିତରେ ବୁଲିବା ପାଇଁ ବ୍ୟାଟେରୀ ଚାଳିତ ଗାଡ଼ିକୁ ଅନୁମତି ମିଳିନାହିଁ । ଏମିତି କି ବୋଟିଂ ପାଇଁ ମଧ୍ୟ ଅନୁମତି ଦିଆଯାଇନାହିଁ । ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ନନ୍ଦନକାନନ ଭିତରକୁ ଛଡ଼ାଯାଉଛି । ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ମାସର ଗାଇଡ୍ ଲାଇନ୍ ରେ ଅନୁମତି ମିଳିଥିଲା । ମୁଖ୍ୟ ଗେଟରେ ଥର୍ମାଲ ସ୍କ୍ରିନିଂ, ସାନିଟାଇଜ ବାଧ୍ୟତାମୂଳକ କରାଯାଇଛି । ପର୍ଯ୍ୟଟକଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ବ ରଖିବାକୁ ନିର୍ଦ୍ଦେଶ ରହିଛି । ସେହିପରି ବଟାନିକାଲ ଗାର୍ଡେନ ବୁ...