ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭ ପ୍ରତିଶତ ଓବିସି ପ୍ରାର୍ଥୀ ଦେବ ।

ଭୁବନେଶ୍ବର :- ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡିର ଗୁରୁତ୍ୱପୂର୍ଣ୍ଣ ଘୋଷଣା । ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭ ପ୍ରତିଶତ ଓବିସି ପ୍ରାର୍ଥୀ ଦେବ । ଆଜି ବିଜେଡି ଏହି ବଡ ଘୋଷଣା କରିଛି । ପଞ୍ଚାୟତ ନିର୍ବାଚନ ପାଇଁ ସରକାର କୌଣସି ଚୂଡାନ୍ତ ନିଷ୍ପତ୍ତି ନେବା ପୂର୍ବରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦଳ ଏହି ନିଷ୍ପତ୍ତି ନେଇଛି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦଳ କହିଛି, ସାଂପ୍ରତିକ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପଞ୍ଚାୟତିରାଜ ସଂସ୍ଥାଗୁଡିକରେ ଆଗାମୀ ନିର୍ବାଚନ ପାଇଁ ଆବଶ୍ୟକ ସଂରକ୍ଷଣ ନିମନ୍ତେ ସରକାର ବିଚାର କରୁଛନ୍ତି । ଯାହାକି ସଂପ୍ରତି ବିଭିନ୍ନ ନ୍ୟାୟାଳୟର ଅନ୍ତରୀଣ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାର ପରିଚାୟକ ହେବା ସଙ୍ଗେ ସଙ୍ଗେ ଏକ ଚୂଡାନ୍ତ ନିର୍ଯାସ ନେବାରେ ସହାୟତା କରିବ । ପ୍ରେସମିଟରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଅରୁଣ ସାହୁ ଉପସ୍ଥିତ ଥିଲେ । ରାଜ୍ୟ ସରକାରଙ୍କ ଏସଇବିସି ଆଇନ ୨୦୦୮ରେ ସାମାଜିକ ଓ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ ବିଭିନ୍ନ କୋର୍ଟର ଆଦେଶ ଦୃଷ୍ଟିରୁ ଏହା କାର୍ଯ୍ୟକାରୀ ହୋଇପାରୁନାହିଁ । ମଙ୍ଗଳବାରଦିନ ଓବିସି ବିଲ ପାର୍ଲାମେଂଟରେ ପାସ ହୋଇଛି । ଏହାଦ୍ୱାରା ରାଜ୍ୟମାନଙ୍କୁ ଓବିସି ତାଲିକା ପ୍ରସ୍ତୁତିର କ୍ଷମତା ମିଳିବ । ଏହାପରେ ବିଜେଡି ସମେତ ବିଭିନ...