Posts

Showing posts from September 30, 2021

ପିପିଲି ଉପନିର୍ବାଚନ ଆଜି ଭୋଟ୍ ଗ୍ରହଣ ଆରମ୍ଭ l

Image
ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) : - ପିପିଲି ଉପନିର୍ବାଚନ ପାଇଁ ଆଜି ଚାଲିଛି ଭୋଟ୍‌ ଗ୍ରହଣ। କୋଭିଡ୍‌ ଗାଇଡ୍‌ଲାଇନ୍ ମଧ୍ୟରେ ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ। ଏହା ସନ୍ଧ୍ୟା ୬ଟା ଯାଏଁ ଚାଲିବ। ସକାଳୁ ସକାଳୁ ଭୋଟରମାନେ ବିଭିନ୍ନ ବୁଥ୍‌ରେ ଧାଡ଼ିରେ ଛିଡ଼ା ହୋଇ ସେମାନଙ୍କ ମତ ସାବ୍ୟସ୍ତ କରୁଥିବା ଦେଖିବାକୁ ମିଳିଛି। ଏହି ଉପନିର୍ବାଚନ ପାଇଁ ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀର ମୋଟ ୨ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଥିପାଇଁ ୩୪୮ଟି ବୁଥ୍ କରାଯାଇଛି। ୩୪୮ଟି ବୁଥ୍‌ ମଧ୍ୟରୁ ୨୦୧ଟି ସମ୍ବେଦଶୀଳ ରହିଛି। କୌଣସି ପ୍ରକାର ଗଡ଼ବଡ଼କୁ ରୋକିବା ପାଇଁ ଏହି ସମ୍ବେଦନଶୀଳ ବୁଥ୍ ଗୁଡ଼ିକ ମଧ୍ୟରୁ ୧୭୫ଟିରେ ୱେବ୍‌କାଷ୍ଟିଂ ଓ ୧୨ଟିରେ ଭିଡିଓଗ୍ରାଫି ବ୍ୟବସ୍ଥା ହୋଇଛି। ସେହିପରି ୨୩ଟି ବୁଥ୍‌ରେ ମାଇକ୍ରୋ ଅବଜରଭର୍ ମୁତୟନ ହୋଇଛନ୍ତି। ସମସ୍ତ ବୁଥ୍‌ରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଦୁଇ ହଜାରରୁ ଅଧିକ ପୁଲିସ୍ ଫୋର୍ସଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଛି। ସେମାନଙ୍କ ମଧ୍ୟରେ ୩ କମ୍ପାନୀ ବିଏସ୍‌ଏଫ୍ ଅଛନ୍ତି। ସେହିପରି ଭୋଟ୍‌ ଗ୍ରହଣ କାର୍ଯ୍ୟରେ ୨୨୦୦ରୁ ଅଧିକ କର୍ମଚାରୀ ନିୟୋଜିତ ହୋଇଛନ୍ତି। ବିଜେଡି ପକ୍ଷରୁ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହରାଥୀ ଏଠାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ଆଶ୍ରିତ ପଟ୍ଟନାୟକ