ଘୁନସର ଆଦିଶକ୍ତି ପୀଠରେ ନିଶାନ ଯାତ୍ରା ଉଦଯାପିତ l

ବଲାଙ୍ଗୀର (ସଇଁନ୍ତଲା) :- ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଘୁନସର ଆଦିଶକ୍ତି ପୀଠରେ ଜିଲ୍ଲା ଆଦିବାସୀ କଲ୍ୟାଣ ତରଫରୁ ନିଶାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଆଦୀମାତା ଧରନି ପେନୁଙ୍କୁ ପୂଜାର୍ଚ୍ଚନା ପରେ ଆଦିବାସୀମାନେ ପାରମ୍ପାରିକ ନୃତ୍ୟ, ବାଦ୍ୟ, ଗୀତ ତାଳେ ତାଳେ ଘୁନସର ଗାଁରେ ସଂସ୍କୃତିକ ଶୋଭାଯାତ୍ରା କରିଥିଲେ । ନାରେନ ଢାପ ଦଳ, ପିପିଲକାନି ଡ଼କାଦଳ, ସୁରଡ଼ା ଡ଼କା ପାଟି, ସହିତ ସଇଁନ୍ତଲା ବ୍ଳକର ଡ଼କାଦଳ ଯୋଗଦେଇ ଥିଲେ । ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ପରେ ଆଦିଶକ୍ତି ପୀଠଠାରେ ନିଶାନ ଯାତ୍ରା ଅବସରରେ ପ୍ରାଚୀନ ଆଦିବାସୀ ଢାପ ନୃତ୍ୟ, ଡ଼କା ନୃତ୍ୟ, ଲୋକ ନୃତ୍ୟ, ଲୋକ ସଙ୍ଗୀତ, ଲୋକ ବାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ନିଶାନ ଯାତ୍ରା ଉଦ୍ଯାପନୀ କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ଆଦିବାସୀ କଲ୍ୟାଣ ମହା ସଂଘର ମହାସଚିବ ନିରଞ୍ଜନ ବିଶି, ଉପଦେଷ୍ଟା ଅବସରପ୍ରାପ୍ତ ଅବକାରୀ ଅଧିକ୍ଷକ ପୁରୁଷୋତ୍ତମ ଧରୁଆ, ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ କାର୍ଯ୍ୟକାରୀ ସଭାନେତ୍ରୀ ବନଲତା ମାଝୀ, ଥବିର ପୁଝାରୀ, ଈଶ୍ୱର ମିର୍ଦ୍ଧା, ସରୋଜ ପୁଝାରୀ, ପୀଠର ମୁଖ୍ୟ ପୂଜକ ହୀରା ବାବା ଉପସ୍ଥିତ ଥିଲେ । ଆଦିବାସୀ ସାଂସ୍କୃତିକ, ଭାଷା, ଧର୍ମ, ଦେବାଦେବୀ ପୂଜା ପାଳିତ ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ବିଦ୍ୟା, ଶିକ୍ଷା, ଦୀକ୍ଷାର ପୁନଃଉଦ୍ଧାର କରି ଆଦିବାସୀଙ୍କ ଆଦି ପରମ୍ପରାକୁ ଉଦ୍ଜାପିତ କରିବାକୁ ଆଦିବାସୀ...