ଡିଭାଇଡରରେ ପିଟିହୋଇ ଓଲଟିଲା ବସ୍, ୧୦ ଶ୍ରମିକ ଆହତ ହୋଇଥିବା ସୂଚନା!

ଭୁବନେଶ୍ଵର(ବ୍ୟୁରୋ ରିପୋର୍ଟ) ୦୮/୦୪ :- ଭୁବନେଶ୍ଵର ଜୟଦେବ ବିହାର ଓଭର ବ୍ରିଜ୍ ତଳେ ଦୁର୍ଘଟଣା। ଡିଭାଇଡରରେ ପିଟିହୋଇ ଓଲଟିଲା ଯାତ୍ରୀବାହୀ ବସ୍। ଅଳ୍ପକେ ବର୍ତ୍ତିଲେ ୩୦ ଜଣ ଶ୍ରମିକ। ଏହି ଦୁର୍ଘଟଣାରେ ପ୍ରାୟ ୧୦ ଜଣ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, ବସ୍‌ଟି ୩୦ ଜଣ ଶ୍ରମିକଙ୍କୁ ନେଇ ନୟାପଲ୍ଲୀରୁ ପଟିଆ ଯାଉଥିଲା। ଏହି ସମୟରେ ଜୟଦେବ ବିହାର ଓଭର ବ୍ରିଜ୍ ତଳେ ଡିଭାଇଡର ସହ ପିଟି ହୋଇ ବସ୍‌ଟି ଓଲଟି ପଡ଼ିଛି। ଫଳରେ ୧୦ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତ ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଓଭୋରଲୋଡିଂ ଯୋଗୁଁ ଦୁର୍ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !