WCCB ଓ ବନବିଭାଗ ପଞ୍ଝାରେ ବାଘ ଛାଲ ବେପାରୀ, ୭ ଗିରଫ I

କରଞ୍ଜିଆ, (ବ୍ୟୁରୋ ରିପୋର୍ଟ ) : - WCCB (ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ସଂସ୍ଥା) ଓ ବନବିଭାଗ ପଞ୍ଝାରେ ବାଘ ଛାଲ ବେପାରୀ । ୭ ବାଘଛାଲ ବେପାରୀ ଗିରଫ। ମୟୂରଭଞ୍ଜ ଜିଲ୍ଲା ଯଶୀପୁର ପୁରୁଣା ବସଷ୍ଟାଣ୍ଡ ଠାରେ କାରବାର ଚାଲିଥିବା ବେଳେ ମାଡି ବସିଲା WCCB ଓ ବନବିଭାଗ।
ସୂଚନାନୁଯାୟୀ , କେନ୍ଦୁଝର ବନଖଣ୍ଡ ଅଞ୍ଚଳରୁ ଏକ କଲରା ପତରିଆ ବାଘ ଛାଲ ଆଣି ମୟୂରଭଞ୍ଜ ଜିଲ୍ଲା ଯଶୀପୁର ପୁରୁଣା ବସଷ୍ଟାଣ୍ଡ ଠାରେ ବୁଧବାର ରାତିରେ ଡିଲ୍ ଚାଲିଥିଲା । ଏହି ସମୟରେ ଦୁଧିଆଣି ରେଞ୍ଜର ବନ କର୍ମଚାରୀ, କେନ୍ଦୁଝର ବନବିଭାଗ ଓ WCCB ମିଳିତ ଭାବେ ଚଢ଼ାଉ କରିଥିଲା । ଏହି ଚଢାଉରେ ୭ ଜଣ ବେପାରୀଙ୍କୁ ଗିରଫ କରାଯାଇଛି। ଏହା ସହିତ ବାଘ ଛାଲ ଓ ଏକ ଅଲ୍ଟୋ କାର ଜବତ ହୋଇଛି । ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ଦୁଧିଆଣି ରେଞ୍ଜ ଅଫିସକୁ ଆଣି ଅଧିକ ପଚରାଉଚୁରା କରୁଛି ବନବିଭାଗ । ଅଭିଯୁକ୍ତମାନଙ୍କ ମଧ୍ୟରୁ ୨ ଜଣ ଯଶୀପୁର ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ୫ ଜଣ କେନ୍ଦୁଝର ଜିଲ୍ଲାର ବୋଲି ଜଣା ପଡ଼ିଛି ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !