ଦିଲ୍ଲୀ ଦୂରଦର୍ଶନର ବରିଷ୍ଠ ଅଧିକାରୀ ଓ ପ୍ରଶାସକ ତଥା ଓଡ଼ିଆ ଭାଷା ସାହିତ୍ୟର ବିଶିଷ୍ଟ ଲେଖକ ଙ୍କ ପରଲୋକ l

 ବ୍ୟୁରୋ ରିପୋର୍ଟ(ଭୁବନେଶ୍ବର) :- ବିଶିଷ୍ଟ ନାଟ୍ୟକାର, ଦିଲ୍ଲୀ ଦୂରଦର୍ଶନର ବରିଷ୍ଠ ଅଧିକାରୀ ଓ ପ୍ରଶାସକ ତଥା ଓଡ଼ିଆ ଭାଷା ସାହିତ୍ୟର ବିଶିଷ୍ଟ ଲେଖକ ଏବଂ ରାମୋଜୀ ଫିଲ୍ମ ସିଟି ହାଇଦ୍ରାବାଦର ମୁଖ୍ୟ ତଥା ଇ ଟିଭିର ବରିଷ୍ଠ ପ୍ରଯୋଜକ ତଥା ନିର୍ଦ୍ଦେଶକ ଅକ୍ଷୟ କୁମାର ମହାନ୍ତି ଆଜି ସକାଳ ସାତଟା ସମୟରେ ଇହଲୀଳା ସମ୍ବରଣ କରିଛନ୍ତି । ଆଜି ପୁରୀ ସ୍ବର୍ଗ ଦ୍ବାର ଠାରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ପ୍ରକାଶ ଥାଉକି ଅବସର ପରେ ସ୍ଵର୍ଗତ ମହାନ୍ତି ଓଡ଼ିଆ ଦୃଶ୍ୟମାନ ସାହିତ୍ୟ ଉପରେ ଡଃ ହରିହର କାନୁନଗୋଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଗବେଷଣା କରି ପିଏଚଡ଼ି ଡିଗ୍ରୀ ଲାଭ କରିଛନ୍ତି। ଭୁବନେଶ୍ୱର ନୀଳାଦ୍ରି ବିହାର ସେକ୍ଟର ୧,ଏଚ.ଆଇ.ଜି ୨,ପ୍ଲଟ ନମ୍ବର ୧୩୩ ସ୍ଥିତ ନିଜ ବାସଭବନରେ ପରଲୋକ ଘଟିଛି।ତାଙ୍କ ବିୟୋଗରେ ଗଭୀର ଶୋକର ଛାୟା ଖେଳିଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !