ହବିଷ୍ୟାଳୀ କାର୍ଯ୍ୟରେ ଅବହେଳା କୁ ବରଦାସ୍ତ କରାଯିବ ନାହିଁ।

କୋଣାର୍କ(ବ୍ୟୁରୋ ରିପୋର୍ଟ) :- ୭/୧୦- ହବିଷ୍ୟାଳୀ କାର୍ଯ୍ୟରେ ଅବହେଳା କୁ ବରଦାସ୍ତ କରାଯିବ ନାହିଁ ବୋଲି ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ସତର୍କ କରାଇ ଦେଇଛନ୍ତି। ଆଜି ଅପରାହ୍ନ ରେ ସର୍କିଟ ହାଉସ ଠାରେ ହବିଷ୍ୟାଳୀ ବ୍ରତ ପାଇଁ ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ଓ ନୋଡାଲ ଅଧିକାରୀ ମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ବର୍ମା ହବିଷ୍ୟାଳୀ ମାନେ ପ୍ରଭୁ ଙ୍କ ଶରଣରେ ରହି ଏକ ମାସ ଅତି ପବିତ୍ରତାର ସହ ରାଇଦାମୋଦର ବ୍ରତ ପାଳନ ପାଇଁ ଆସୁଛନ୍ତି। ସେମାନଙ୍କର ସେବା ଏକ ମହାନ କାର୍ଯ୍ୟ। ଏହାକୁ ନିଷ୍ଠାର ସହ ପାଳନ କରିବାକୁ ସେ ପରାମର୍ଶ ଦେଇଥିଲେ।ଯାହାକୁ ଯେଉଁ ଦାୟିତ୍ୱ ଦିଆଯାଉଛି ଶୃଙ୍ଖଳିତ ଭାବେ ତାକୁ ନିର୍ବାହ କରିବା ଓ ଏଥିରେ ଅବହେଳା ନ କରିବାକୁ ସେ ଚେତାବନୀ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ ଯେହେତୁ ଦୁଇ ବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ହବିଷ୍ୟାଳୀ ଯୋଜନା କାର୍ଯ୍ୟକାରୀ ହେଉଛି ଓ ବୟସ୍କା ମା ମାନେ ଏହି ବ୍ରତରେ ସାମିଲ ହେଉଛନ୍ତି ତେଣୁ ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇ ବାକୁ ବ୍ୟବସ୍ଥା କରିଛି। ଏହାକୁ ସମ୍ମିଳିତ ଭାବେ ସଫଳ କରିବା ବୋଲି ସେ କହିଥିଲେ। ହବିଷ୍ୟାଳୀ ମାନଙ୍କ ରହଣି ପାଇଁ ବୃନ୍ଦାବତୀ ନିବାସ, ଅକ୍ଷୟ ପାତ୍ର ଫାଉଣ୍ଡେସନ, ବଗଲା ଧର୍ମଶାଳା, ବାଗେଡିଆ ଧର୍ମଶ...