ରାବଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ କଳିଙ୍ଗନଗର ସାମ୍ବାଦିକ ସଂଘ ପକ୍ଷରୁ ମିଳିତ ଆନୁକୁଲ୍ୟରେ ସ୍ଵଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ l

ଯାଜପୁର (କଳିଙ୍ଗନଗର) :- ଯାଜପୁର ଜିଲ୍ଲା କଳିଙ୍ଗନଗର ଶିଳ୍ପା ଅଞ୍ଚଳର ରାବଣା ସ୍ୱାସ୍ଥ୍ୟ କେନ୍ଦ୍ର ରେ ଏକ ସ୍ଵଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରକୁ ପରିଷ୍କାର ପରିଚ୍ଛନ୍ନ କରାଯାଇଛି l ଏହି କାର୍ଯ୍ୟକ୍ରମ ରେ ରାବଣା ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ସାମିଲ କରାଯାଇଥିଲା I କଳିଙ୍ଗନଗର ସାମ୍ବାଦିକ ସଂଘ ର ସଭାପତି ଙ୍କ ସମେତ ସମସ୍ତ ସଭ୍ଯ ଉପସ୍ଥିତ ରହି ଏହି ସ୍ଵଚ୍ଛତା କାର୍ଯ୍ୟକ୍ରମ କୁ ସୂଚାରୁ ରୂପେ ସମ୍ପାଦନ କରିଥିଲେ l ରାବଣା ସ୍ୱାସ୍ଥ୍ୟ କେନ୍ଦ୍ର ର ଡାକ୍ତର ରୁଦ୍ରପ୍ରତାପ କର ଏବଂ ମୁଖ୍ୟ ଡାକ୍ତର ରଶ୍ମିତା ସେଠୀ ଙ୍କ ତତ୍ତ୍ଵାବଧାନରେ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଭୂମିକା ନିଭାଇଥିଲେ lକଳିଙ୍ଗନଗର ସାମ୍ବାଦିକ ସଂଘ ପକ୍ଷରୁ ଏହିପରି ଜନହିତକର କାର୍ଯ୍ଯ କରିବା ପାଇଁ ପ୍ରୟାସ ଜାରି ରହିଛି l ଆଗାମୀ ଦିନରେ ଆହୁରି ବିସ୍ତୃତ ଭାବରେ ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ହାତକୁ ଦେବାକୁ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !