5t ରୂପାନ୍ତରିତ ବିଦ୍ୟାଳୟ କୁ ଭର୍ଚୁଆଲ ରେ ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ l

ଯାଜପୁର (କଳିଙ୍ଗନଗର ) :- ଯାଜପୁର ଜିଲ୍ଲା ର 5t ରୂପାନ୍ତରିତ ବିଦ୍ୟାଳୟ ଉଦଘାଟନ ଉତ୍ସବ ସୋମବାର ସନ୍ଧ୍ୟାରେ ଦାନଗଦି ବ୍ଲକ ରାଣୀପଡ଼ା ପଞ୍ଚାୟତ ବନଦୁର୍ଗା ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପେକ୍ଷିରେ ଯାଜପୁର ଜିଲ୍ଲାର ୭୩ ଟି ରୂପାନ୍ତରିତ ବିଦ୍ୟାଳୟ କୁ ଭର୍ଚୁଆଲ ରେ ଲୋକାର୍ପଣ କରାଯାଇଛି । ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଭର୍ଚୁଆଲ ଜରିଆରେ ସୁଇଚ୍ ଟିପି ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରିଥିଲେ । ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଲୋକାର୍ପଣ ଉତ୍ସବରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଅଭିଭାଷଣ ରଖିଥିଲେ। ଏହି ଅବସରରେ ବନଦୁର୍ଗା ଉଚ୍ଚ ବିଦ୍ୟାଳୟର ଛାତ୍ର ବିଶ୍ଵଜିତ ବେହେରା ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇଥିଲେ । ଭବିଷ୍ୟତରେ ପ୍ରଶାସନିକ ଅଧିକାରୀ ହେବାକୁ ଲକ୍ଷ୍ୟ ରଖିଥିବା କହିଥିଲେ।ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ସାଂସଦ ଶର୍ମିଷ୍ଠା ସେଠୀ, ଗ୍ରାମ୍ୟ ଉନ୍ନୟନ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ, ବଡଚଣା ବିଧାୟକ ଅମର ପ୍ରସାଦ ଶତପଥୀ, କୋରାଇ ବିଧାୟକ ଅଶୋକ ବଳ, ବରୀ ବିଧାୟିକା ସୁନନ୍ଦା ଦାସ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନଳିନୀପ୍ରଭା ଜେନା, ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ, କଳିଙ୍ଗ ନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର, ଦାନଗଦି ବ୍ଲକ ଅଧ୍ୟକ୍ଷା ଅର୍ଜନା ଦାସ, ସୁକିନ୍ଦା ବ୍ଳକ ଅଧ୍ୟକ୍ଷ ଦିବ୍ୟ ରଞ୍ଜନ ବରାଳଙ୍କ ସମେତ କୋରାଇ, ଧର୍ମଶାଳା, ବରୀ ବ୍ଲକ୍, ବ୍ୟାସନଗର ପୌରସଂସ୍ଥାର
ଅଧ୍ୟକ୍ଷ ଓ ଅଧ୍ୟକ୍ଷା, ଜିଲ୍ଲାର ବିଭିନ୍ନ ବିଭାଗର ପ୍ରଶାସନିକ ଅଧିକାରୀ, ବିଭିନ୍ନ ପ୍ରାନ୍ତରୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ । ମଞ୍ଚରେ ବିଦ୍ୟାଳୟ ନିର୍ମାଣରେ ସହଯୋଗର ହାତ ବଢାଇ ଥିବା ବ୍ୟକ୍ତି ବିଶେଷମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ଦାନଗଦି ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ପୋଲିସ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ସୁବନ୍ଦୋବସ୍ତ କରାଯାଇଥିଲା l 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !