ଝାରସୁଗୁଡ଼ା ଉପନିର୍ବାଚନ: ଦୀପାଳି ଦାସ ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି l

      (ବିଜେଡ଼ି ହାତେଇଲା ଝାରସୁଗୁଡ଼ା)    
ଝାରସୁଗୁଡ଼ା(ବ୍ୟୁରୋ ରିପୋର୍ଟ) : - ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଏଠାରେ ରେକର୍ଡ ସଂଖ୍ୟକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି ବିଜେଡ଼ି ର ଦୀପାଳୀ ଦାସ । ସେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଦେବାସହ ଶୁଭେଚ୍ଛା ଜଣାଇଛନ୍ତି l
ଦୀପାଳି ଦାସ ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି । ୨୦୧୯ ରେ ସ୍ଵର୍ଗତ ନବ ଦାସ ୪୫ ହଜାର ୬୯୯ ଭୋଟ ବ୍ୟବଧାନରେ ଜିତିଥିଲେ। ହେଲେ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଝିଅ ଦୀପାଳୀ । ସୂଚନା ଅନୁଯାୟୀ, ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଛି। ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାଇଛନ୍ତି ୫୮, ୩୮୪ ଭୋଟ। ତେଣେ କଂଗ୍ରେସ ପ୍ରାର୍ଥୀ ୪, ୪୭୩ ଖଣ୍ଡ ଭୋଟ ପାଇଛନ୍ତି।
ସୂଚନାଯୋଗ୍ୟ, ଗତ ୨୦୧୯ ବିଧାନସଭା ନିର୍ବାଚନରେ ସ୍ୱର୍ଗତ ନବ ଦାସ ମୋଟ୍ ୯୮, ୬୨୦ ଭୋଟ୍ ପାଇ ନିର୍ବାଚିତ ହୋଇଥିଲେ। ବିଶେଷ କରି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଗତଥରର ବିଜେପି ପ୍ରାର୍ଥୀ ଦିନେଶ ଜୈନଙ୍କଠାରୁ ମଧ୍ୟ ଅଧିକ ଭୋଟ୍ ପାଇବାରେ ସକ୍ଷମ ହୋଇଛନ୍ତି। ଗତ ୨୦୧୯ ବିଧାନସଭା ନିର୍ବାଚନରେ ବିଜେପି ପ୍ରାର୍ଥୀ ଦିନେଶ ଜୈନ ୫୨,୯୨୧ ଖଣ୍ଡ ଭୋଟ୍ ପାଇଥିଲେ। ଏଥର ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାଇଛନ୍ତି ୫୮, ୩୮୪ ଭୋଟ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !