ପଙ୍କପାଳ ସରପଞ୍ଚ ସମେତ ୨୫ ଜଣଙ୍କୁ ୧୦୭ ଧାରାରେ ନୋଟିସ ଜାରି l

RITA VISION NEWS By Umakanta Mohapatra ( ନିଜର ମୌଳିକ ଅଧିକାର ଜାହିର କଲେ ମିଲୁଛି ଆଇନଗତ ଦଣ୍ଡ) ଯାଜପୁର (କଳିଙ୍ଗନଗର ): - ଯାଜପୁର ଜିଲ୍ଲା କଲିଙ୍ଗନଗର ଶିଳ୍ପାଞ୍ଚଳ ରେ ବହୁ କାରଖାନା ବିରୁଦ୍ଧରେ ପ୍ରଦୂଷଣ ବିଭାଗର ର ବାରମ୍ବାର ଦୃଷ୍ଟି ଆକର୍ଷଣ କରୁଛନ୍ତି ଜନସାଧାରଣ l ଏହାର କୌଣସି ସୁଫଳ ମିଳିବାର ନଜିର ନାହିଁ l କଳିଙ୍ଗନଗର ଶିଳ୍ପାଞ୍ଚଳରେ ପ୍ରଦୂଷଣର ମାତ୍ରା ବହୁତ ଅଧିକ ଥିଲେ ମଧ୍ୟ କୌଣସି କାରଖାନା ବିରୋଧରେ କିଛିପଦକ୍ଷେପ ଗ୍ରହଣ ନ କରିବା ଦ୍ବାରା କାରଖାନାମାନେ ମନଇଚ୍ଛା ନିୟମ ଉଲଙ୍ଘନ କରିଚାଲିଛିନ୍ତି। ଯାହା କୁ ବିରୋଧ କରି ମିଶ୍ରି ଲାଲ କାରଖାନା ବିରୋଧରେ ପଙ୍କପାଳ ସରପଞ୍ଚ ସ୍ମୃତିରଞ୍ଜନ ଜେନା ଓଡ଼ିଶା ବିଧାନସଭା ପ୍ରଦୂଷଣ କମିଟିରେ ମୁଖ୍ୟ ତଥା ବିଜେପି ବିଧାୟକ ମୋହନ ମାଝୀ ଙ୍କୁ ସାକ୍ଷାତ କରିବା ସହିତ ସ୍ଥାନୀୟ ଲୋକ ଙ୍କ ସମସ୍ତ ଅସୁବିଧାକୁ ପତ୍ର ଦ୍ବାରା ଲିଖିତ ଜଣାଇଛନ୍ତି । ସରପଞ୍ଚ ଅଭିଯୋଗ କରିଛନ୍ତି କି ମିଶ୍ରିଲାଲ କମ୍ପାନୀ ସରକାରୀ ନିୟମ ପାଳନ ନ କରି ଭୂତଳ ଜଳକୁ କାରଖାନା କାର୍ଯ୍ୟ ରେ ବ୍ୟବହାର କରିବା ସହିତ ପ୍ରଦୂଷିତ ଜଳ ଓ ଧୂଆଁ ନିର୍ଗତ କରି ପରିବେଶ ଦୂଷିତ କରୁଛି । ଏହା ଦ୍ଵାରା ବିଭିନ୍ନ ପ୍ରକାରର ରୋଗ ରେ ସାଧାରଣ ଲୋକଙ୍କ ଜୀବନ ହାନୀ ହେଉଛି । କାରଖାନା ପ୍ରତିଷ୍ଠା କରିବା ଲାଗି ଜନସାଧାରଣଙ୍କ ମୌଳିକ ଅଧିକାର କ୍ଷୂର୍ଣ୍ଣ ହେଉଥିବା ବେଳେ ପ୍ରଦୂଷଣ ବୋର୍ଡ ଓ ମିଶ୍ରୀଲାଲ ...