ଯାଜପୁର ଜିଲ୍ଲା ର ବହୁ ଚର୍ଚ୍ଚିତ ଧର୍ମଶାଳା ନିର୍ବାଚନ ମଣ୍ଡଳୀ, ଏଠାରେ ଅତ୍ୟଧିକ ଟଙ୍କାରେ ନିଲାମ ହେଉଛି ଗରିବ ଲୋକଙ୍କ ଜୀବନ!
ଯାଜପୁର(ବ୍ୟୁରୋ ରିପୋର୍ଟ) :-ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଡାଳିଯୋଡ଼ା ବନାଞ୍ଚଳ ଅଧୀନ ମୌଳାଭଞ୍ଜା ବାଘୁଆ-୨ ନମ୍ବର ଜଙ୍ଗଲ କିସମ ଜମିରେ ଥିବା ବେଆଇନ ପଥର ଖାଦାନରେ ପୁଣି ଜଣେ ଶ୍ରମିକଙ୍କ ମୁଣ୍ଡ ଗଡ଼ିଛି। ମୃତ ଶ୍ରମିକ ଜଣକ ହେଲେ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ପଞ୍ଚାୟତ ମୁକୁନ୍ଦପୁର ଗ୍ରାମର ସନାତନ ଦଳେଇ(୫୫)। ଜଙ୍ଗଲ ଜମି ଏବଂ ବେଆଇନ ଖାଦାନରେ ଏଭଳି ଘଟଣା ଘଟିଥିବାରୁ ଘଟଣାକୁ ଚପେଇ ଦେବା ପାଇଁ ବିଭିନ୍ନ ଆଳ କରାଯାଉଛି। ସୂଚନା ମୁତାବକ ସନାତନ ତାଙ୍କର ଜଣେ ସମ୍ପର୍କୀୟଙ୍କ ଦ୍ୱାରା ପରିଚାଳିତ ଏକ ବେଆଇନ ଖାଦାନରେ ଶ୍ରମିକ ଭାବେ କାମ କରନ୍ତି। ପ୍ରତିଦିନ ଭଳି ଶନିବାର ସକାଳୁ ସେ କାମ କରିବାକୁ ଖାଦାନକୁ ଯାଇଥିଲେ। କାମ କରୁଥିବା ସମୟରେ ପୂର୍ବାହ୍ନ ପ୍ରାୟ ୧୧ ଟା ୪୫ ମିନିଟ ସମୟରେ ସନାତନ କୌଣସି କାରଣରୁ ପାହାଡ଼ ଉପରୁ ତଳେ ପଡ଼ି ଯାଇଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିବା କୁହାଯାଉଛି। ଅନ୍ୟପକ୍ଷେ ଜେନାପୁର ଥାନାରେ ତାଙ୍କ ସ୍ତ୍ରୀ ଜେମା ଦଳେଇଙ୍କ ଅଭିଯୋଗ ଅନୁସାରେ ସନାତନ ଛେଳି ଚରାଇବାକୁ ପାହାଡ଼କୁ ଯାଇଥିଲେ। କୌଣସି କାରଣରୁ ସେ ପାହାଡ଼ରୁ ଗଳି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ସନାତନଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଜେନାପୁର ଥାନାରେ ୨୦/୨୦୨୩ ନମ୍ବରରେ ଏକ ମାମଲା ରୁଜୁ କ...