ସୁକିନ୍ଦାରେ ଟାଟା ଷ୍ଟିଲ୍ ଫାଉଣ୍ଡେସନର ରିସ୍ତା ପ୍ରକଳ୍ପ ପକ୍ଷରୁ ୩ ଦିନିଆ ‘ସାଥୁଆ ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ଶେଷ l
ଯାଜପୁର (କଳିଙ୍ଗନଗର) :- ସୁକିନ୍ଦା ବ୍ଲକ ସମ୍ମିଳନୀ କକ୍ଷରେ ଟାଟା ଷ୍ଟିଲ୍ ଫାଉଣ୍ଡେସନର ରିସ୍ତା ପ୍ରକଳ୍ପ ପକ୍ଷରୁ ତିନି ଦିନିଆ ‘ସାଥୁଅ ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ସଫଳତାର ସହ ଶେଷ ହୋଇଛି । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବାଲ୍ୟ ବିବାହ ହାର ହ୍ରାସ ଏବଂ କିଶୋର ପ୍ରଜନନ ଯୌନ ସ୍ୱାସ୍ଥ୍ୟ ବିଷୟରେ ସଚେତନତା ସୃଷ୍ଟି କରିବାକୁ ଇଚ୍ଛୁକ ଥିବା ସ୍ଥାନୀୟ ଯୁବବର୍ଗଙ୍କୁ ନେଇ ଗଠିତ ସାଥୀ ମାନଙ୍କ ପାଇଁ ଆୟୋଜନ କରାଯାଇଥିଲା । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସୁକିନ୍ଦା ବ୍ଲକ ଅନ୍ତର୍ଗତ ସୁକିନ୍ଦାଗଡ଼, ଅମ୍ପଲୋବା ଓ ସନସାଇଲୋ ଗ୍ରାମ ପଂଚାୟତର ୩୫ ଜଣ କିଶୋର ଓ କିଶୋରୀ ଅଂଶଗ୍ରହଣ କରିଥିଲେ । ସହକର୍ମୀଙ୍କ ମଧ୍ୟରେ ବାତାବରଣ ସୃଷ୍ଟି କରି ସେମାନଙ୍କ ଅଂଚଳରେ ବାଲ୍ୟ ବିବାହ ହ୍ରାସ କରିବାରେ ସକ୍ଷମ କରିବା ପାଇଁ ସାଥୁଆମାନଙ୍କୁ ଟିଏସଏଫ ଦ୍ଵାରା ପ୍ରସ୍ତୁତ କରାଯାଏ । ଏହି ତିନି ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯାଜପୁର ଜିଲ୍ଲା ଶିଶୁ କଲ୍ୟାଣ ସମିତି ଅଧ୍ୟକ୍ଷା ରେକୋନା ଜେନା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ନିରଞ୍ଜନ କର, କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ (ଡବ୍ଲ୍ୟୁଇଓ) ଶ୍ଵେତାଲିନା ରଥ, ସୁକିନ୍ଦା ବ୍ଲକ ଉନ୍ନୟନ ଅଧିକାରୀ (ବିଡିଓ) ନମ୍ରତା ମୋଦୀ ଓ ସୁକିନ୍ଦା ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ନାରାୟଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ଏହି ପଦକ୍ଷେପକୁ ପ୍ରଶଂସା କରି ଗ୍ରାମସ୍ତରରେ ଜ୍ଞାନର ପ୍ର...