Posts

Showing posts from November 18, 2023

‘ଉଦୟବଟ’ ତରଫରୁ ୬୯ତମ ଶିଶୁ ଦିବସ ପାଳିତ ଓ ‘ଅଶୋକ ଦାସ ସ୍ମାରକୀ ଜାତୀୟ ସ୍ତରୀୟ’ ପ୍ରତିଯୋଗିତାର ଶୁଭାରମ୍ଭ l

Image
ଯାଜପୁର ( ବ୍ୟାସନଗର ) : - ସ୍ଥାନୀୟ ବ୍ୟାସନଗର ପୈାର ପରିଷଦର ଫେରୋକ୍ରୋମ କଲୋନି ଗେଟ୍ ନିକଟସ୍ଥ ‘ଦୁର୍ଲ୍ଲଭ କଳା ପରିଷଦ ମଣ୍ଡପ’ ଠାରେ ‘ଉଦୟବଟ’ ତରଫରୁ ୬୯ତମ ଶିଶୁ ଦିବସ ସଂପାଦକ ଦୁଷ୍ମନ୍ତ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । କ୍ରୋମନଗରୀ ବ୍ୟାସନଗରର ବସ୍ତି ଅଂଚଳର ପିଲାମାନଙ୍କ ମଧ୍ୟରେ ଖୁସିର ପରିପ୍ରକାଶ ପାଇଁ ‘ଉଦୟବଟ’ ଦୀର୍ଘ ବର୍ଷ ଧରି ଚେଷ୍ଟିତ ରହିଆସିଛି । ଏହି ପବିତ୍ର ଦିବସ ଅବସରରେ ପୂର୍ବ ବର୍ଷମାନଙ୍କ ପରି ଚଳିତ ବର୍ଷ ମଧ୍ୟ ‘ଉଦୟବଟ’ର ପ୍ରତିଷ୍ଠାତା ପରାମର୍ଶଦାତା, କୋରାଇର ପୂର୍ବତନ ବିଧାୟକ ତଥା ଓଡ଼ିଶାର ବିଶିଷ୍ଠ ଜନନେତା ‘୰ ଅଶୋକ ଦାସ ସ୍ମାରକୀ ଜାତୀୟ ସ୍ତରୀୟ ପ୍ରତିଯୋଗିତା-୨୦୨୩’ର ଶୁଭାରମ୍ଭ ହୋଇଥିଲା । ପ୍ରଥମରୁ ଅଷ୍ଟମ ଶ୍ରେଣୀର ଉଭୟ ଇଂରାଜୀ ଓ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଜୁନିୟର ବିଭାଗ ଅଫ୍‌ଲାଇନ ଚିତ୍ରାଙ୍କନ, ନୃତ୍ୟ, ସଂଗୀତ, ଶିଶୁ କବିତା ଆବୃତି, ଶ୍ଳୋକ ପାଠ ଆଦି ପ୍ରତିଯୋଗିତାଗୁଡିକର ଶୁଭାରମ୍ଭ ହୋଇଥିଲା । ଏଥିରେ ଯାଜପୁର, ଭଦ୍ରଖ ଓ କେଉଁଝର ଜିଲ୍ଲାର ଶତାଧିକ ପ୍ରତିଯୋଗୀ ଭାଗ ନେଇଥିଲେ । କାର୍ଯ୍ୟକ୍ରମରେ କଳିଙ୍ଗନଗର ଅତିରିକ୍ତ ଭୂଲେଖ ଓ ବନ୍ଦୋବସ୍ତ ଆୟୁକ୍ତ (କମିଶନର) ଅକ୍ଷୟ କୁମାର ମଲ୍ଲିକ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତାଗୁଡ଼ିକର ଉଦ୍‌ଘାଟନ