ନିର୍ବାଚନ ଅଧିକାରୀ ଓ ଜିଲ୍ଲାପାଳଙ୍କ ସହ ରାଜନୈତିକ ଦଳମାନଙ୍କ ବୈଠକ ଅନୁଷ୍ଠିତ l

ଯାଜପୁର ୨୪/୦୪ (ବ୍ୟୁରୋ ରିପୋର୍ଟ ): - ଗତକାଲି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ନିଖିଲ ପବନ କଲ୍ୟାଣଙ୍କ ଅଧ୍ୟକ୍ଷତାରେ ରାଜନୈତିକ ଦଳ ମାନଙ୍କ ସହ ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନ ସମ୍ୱନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଚ୍ଥି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ବୈଠକରେ ଯୋଗ ଦେଇଥିବା ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନଙ୍କୁ ନିର୍ବାଚନର ପ୍ରାକ୍ ପ୍ରସ୍ତୁତି କାର୍ଯ୍ୟକ୍ରମ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଅବଗତ କରାଇଥିଲେ । ଜିଲ୍ଲାରେ ଆଗାମୀ ଜୁନ୍ ୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ।ଯାଜପୁର-୮ ଲୋକସଭା ଆସନ, ୪୮-ବିଂଝାରପୁର ବିଧାନସଭା ଆସନ, ୪୯-ବରୀ, ୫୦-ବଡଚଣା,୫୧-ଧର୍ମଶାଳା, ୫୨-ଯାଜପୁର, ୫୩-କୋରାଇ ଏବଂ ୫୪-ସୁକିନ୍ଦା ବିଧାନସଭା ଆସନ ନିମନ୍ତେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ । ଜିଲ୍ଲାରେ ମୋଟ ୧୬୩୫ ଗୋଟି ବୁଥ୍ ଏବଂ ତନ୍ମଧ୍ୟରୁ ୨ ଗୋଟି ବୁଥ୍‌ର ଶାଖା ବୁଥ୍‌କୁ ନେଇ ସର୍ବମୋଟ ୧୬୩୭ ଗୋଟି ବୁଥ୍‌ରେ ମତଦାନ ଅନୁଷ୍ଠିତ ହେବ । ୮୮ ଗୋଟି ବୁଥ୍‌ର ସ୍ଥାନ ପରିବର୍ତନ ହୋଇଥିବା ବେଳେ ୯୮୧ ଗୋଟି ବୁଥ୍ (ହାରାହାରି ଶତକଡା ୬୦ ଭାଗ ବୁଥ୍‌)ରେ ଆଦର୍ଶ ଆଚରଣବିଧି ଅନୁଯାୟୀ ୱେବ୍ କାଷ୍ଟିଂ କରାଯିବ । ସେହିପରି ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବାକୁ ଯାଉଥିବା ପ୍ରାର୍ଥୀମାନେ ହେଲିପ୍ୟାଡ୍‌, ଷ୍ଟାର ପ୍ରଚାରକ, ପ୍ରଚାର ପତ୍ରରେ ପ୍ରକାଶକ ଏବଂ ମୁଦ୍ରାକଙ୍କ ନାମ ଚ୍ଥାପିବା, ଜର୍ମାନ ହେଙ୍ଗରର ନିର୍ଦ୍ଧାରିତ ମୂଲ୍ୟାଙ୍କ ବ୍ୟବହାର କରିବା, ଚ୍ଥାପା ଏବଂ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରାର୍ଥୀମାନେ ପ୍ରଚାରଜନିତ ଅନୁମତିଜିଲ୍ଲା ଏମ୍‌.ସି.ଏମ୍‌.ସି. କମିଟିରୁ ନେବା ଆଦି ବିଷୟବସ୍ତୁ ଉପରେ ଜିଲ୍ଲା ନିର୍ବାଚନ ଅଧିକାରୀ ଅବଗତ କରାଇଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଅତିରିକ୍ତ ଉପ- ଜିଲ୍ଲାପାଳ ମନୋରମା ଜାଲି, ଡେପୁଟୀ କଲେକ୍ଟର, ନିର୍ବାଚନ ରଶ୍ମି ରଂଜନ ମଲ୍ଲିକ , ଡେପୁଟୀ କଲେକ୍ଟର, ଶାଶ୍ୱତୀ ସାଡୁଆଳ, ତହସିଲଦାର ସୁକିନ୍ଦା ଦମୟନ୍ତୀ ସାହୁ, ତହସିଲଦାର ଧର୍ମଶାଳା ଶୁଭଙ୍କର ମହାନ୍ତି, ବିଡିଓ ରସୁଲପୁର ଅବନିକାନ୍ତ ସାହୁ, ତହସିଲଦାର ରସୁଲପୁର ନିରଂଜନ ସାହୁ, ବଡଚଣା ରବିନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ବିଜୁ ଜନତା ଦଳ ପ୍ରତିନିଧି ଅମିତ କୁମାର ଦାସ, ବହୁଜନ ସମାଜବାଦୀ ପାର୍ଟି ପ୍ରତିନିଧି ଅକ୍ଷୟ କୁମାର ଜେନା, ଭାରତୀୟ ଜାତୀୟ କଂଗ୍ରେସ ରାଜନୈତିକ ଦଳ ପ୍ରତିନିଧି ଦୁର୍ଯ୍ୟୋଧନ ବେହେରା, ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ପ୍ରତିନିଧି ସୁଦୀପ୍ତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !