ଲକ୍ଷ୍ମୀ ବସ୍ ସେବା ରେ ପରିବର୍ତ୍ତନ ହୋଇପାରେ, କଣ କହିଲେ ମନ୍ତ୍ରୀ..

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) : - ନିର୍ବାଚନ ଆଗରୁ ବିଜେଡି ସରକାର ଲୋକମାନଙ୍କ ଭୋଟ ହାତେଇବାକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଥିଲେ l ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍ । ତେବେ ଓଡ଼ିଶାରେ ସରକାର ବଦଳିଛି । ତେଣୁ ଯୋଜନା ବି ବଦଳାଯିବାକୁ ଯୋଜନା କରାଯାଉଛି । ଏହାରି ଭିତରେ ଭାଜପା ସରକାର ଲକ୍ଷ୍ମୀ ବସ୍‌ ନାଁ ପରିବର୍ତ୍ତନ କରିବେ ନାଁ ସେହି ନାଁ ରହିବ ତାହାକୁ ନେଇ ଚର୍ଚ୍ଚା ଚାଲିଛି। ଏହାରି ମଧ୍ୟରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି ଲକ୍ଷ୍ମୀ ବସ୍‌ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍‌ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଦରକାରୀ ଯୋଜନା ଲୋକମାନଙ୍କ ପାଇଁ ତେଣୁ ଯେଉଁ ନାମରେ ହେଉ ପଛେ ଲୋକଙ୍କୁ ବସ୍‌ ସେବା ଦିଆଯିବ। ତେବେ ଯୋଜନାର ନାମ ପରିବର୍ତ୍ତନ ହୋଇପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !