ରତ୍ନଭଣ୍ଡାର କୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ...

ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :- ଭୁବନେଶ୍ବରର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ସାଂସଦ ଓ ବିଧାୟକ ଉପସ୍ଥିତ ରହିଛନ୍ତି । ଭାଜପାର ୨୦ ସାଂସଦ ଏବଂ ୭୮ ଜଣ ବିଧାୟକ ସଭାରେ ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି ।ଏହି ସଭାରେ ନୂଆ ଓଡ଼ିଶା ଗଠନ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିର୍ବାଚନରେ ବିଜୟ ଆମ ପାଇଁ ଐତିହାସିକ ବିଜୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଆ ଅସ୍ମିତାକୁ ବଜାୟ ରଖିବାକୁ ଆମକୁ ସଂକଳ୍ପ ନେବାକୁ ପଡ଼ିବ । ଏକ ନୂଆ ଓଡ଼ିଶା ଗଠନ କରିବାକୁ ଆମମାନଙ୍କୁ ଦାୟିତ୍ବ ମିଳିଛି ବୋଲି ସେ କହିଛନ୍ତି ।ଏଥିସହିତ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧନା ସଭାରେ ରତ୍ନ ଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଛନ୍ତି । ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲିବ ଏବଂ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥାଏ ତେବେ ଦୋଷୀ ପାତାଳରେ ଥିଲେ ବି ଖୋଜି ବାହାର କରାଯିବ ଏବଂ ଦଣ୍ଡ ବିଧାନ କରାଯିବ ବୋଲି ସେ କହିଛନ୍ତି । ଏଥିସହିତ ସେପଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ ବୋଲି ସେ କହିଛନ୍ତି ।ଅନ୍ୟପଟେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାରେ ବିଜୟ ପାଇଁ ରାଜ୍ୟବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏଥସହ ସେ କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ପ୍ରତିରକ୍ଷା ମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି ବୋଲି ସେ କହିଛନ୍ତି । ଆମ ସପକ୍ଷରେ ୮୧ ବିଧାୟକଙ୍କ ସମର୍ଥନ ରହିଛି ବୋଲି ସେ କହିବା ସହିତ ପ୍ରଧାନମନ୍ତ୍ରୀ ଓଡ଼ିଶା ରୁ କେନ୍ଦ୍ର ମନ୍ତ୍ରୀ ପରିଷଦରେ ୩ ଜଣଙ୍କୁ କ୍ୟାବିନେଟ୍‌ ଦାୟିତ୍ବ ଦେଇଛନ୍ତି ବୋଲି ସେ କହିଛନ୍ତି । ସଂକଳ୍ପ ପତ୍ରର ପ୍ରତି କଥାକୁ ପାଳନ କରିବ ଭାଜପା ସରକାର ଲୋକଙ୍କର ସରକାର । ଆଗାମୀ ୫ ବର୍ଷ ଦିନ ରାତି ପରିଶ୍ରମ କରିବାକୁ ପଡ଼ିବ ବୋଲି ସେ ତାଙ୍କ ବକ୍ତବ୍ୟରେ କହିଲେ ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !