ଆଗପଛ ହୋଇ ଆସୁଛି ଦୁଇଟି ଲଘୁଚାପ l

ବ୍ୟୁରୋ ରିପୋର୍ଟ :- ଆଗ ପଛ ହୋଇ ଦୁଇଟି ଲଘୁଚାପ ଆସୁଛି । ଏହା ପ୍ରଭାବରେ ବର୍ଷା ପ୍ରକୋପ ବଢ଼ିବା ସମ୍ଭାବନା ଅଛି । ଆକଳନ କରାଯାଇଛି ଯେ , ଉତ୍ତର ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।ଉତ୍ତର ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ ବଜ୍ରପାତ ଆଶଙ୍କା ରହିଛି । ପାଣିପାଗ ବିଭାଗ ଦୁଇ ସପ୍ତାହ ପାଇଁ ଜାରି କରିଥିବା ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଜୁଲାଇ ୧୧ରୁ ୧୮ ତାରିଖ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି । ସେହିପରି ୧୯ ତାରିଖବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି, ଯାହାକି ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହା ବି ଉତ୍ତର-ପଶ୍ଚିମକୁ ମୁହାଁଇପାରେ । ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି ।୧୪ ତାରିଖରେ ବର୍ଷା ଆହୁରି ବଢ଼ିବ । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୧୫ ତାରିଖରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ । କିଛି ଜିଲ୍ଲାରେ ପ୍ରବଳ ବର୍ଷିପାରେ । ୧୬ରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧୭ରେ ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇପାରେ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !