ଲକ୍ଷ୍ମୀ ଙ୍କ ବାରରେ ଖୋଲିବ ରତ୍ନଭଣ୍ଡାର l

ପୁରୀ (ବ୍ୟୁରୋ ରିପୋର୍ଟ) :- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସଦସ୍ୟ ଡାକ୍ତର ସିବିକେ ମହାନ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ। ବୈଠକ ପରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି ଆସନ୍ତା ୧୮ ତାରିଖ ଗୁରୁବାର ଖୋଲାଯିବ ଭିତର ରତ୍ନଭଣ୍ଡାର। ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଭିତର ଭଣ୍ଡାର ତାଲା ଖୋଲାଯାଇ ଅଳଙ୍କାର ସ୍ଥାନାନ୍ତରଣ ହେବ ।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ଭିତର ରତ୍ନଭଣ୍ଡାରର ୩ଟି ତାଲା ଭଙ୍ଗା ଯାଇଥିଲେ ବି ୨ଟି ତାଲା ପକାଇ ଚାବିକୁ ଟ୍ରେଜେରୀ ଜିମା ଦିଆଯାଇଛି। ଆସନ୍ତା ଗୁରୁବାର ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଭିତର ଭଣ୍ଡାର ଖୋଲାଯିବ । ସିନ୍ଦୁକ ଏବଂ ଆଲମାରୀରେ ଥିବା ଅଳଙ୍କାର ସ୍ଥାନାନ୍ତର ହେବ। ଭିତରେ ଥିବା ଆଲମିରା ରତ୍ନ ସହ ବାହାରକୁ ଆଣିବା ସମ୍ଭବ ନୁହେଁ ଏଣୁ ନୂଆ ଆଲମିରା ଏବଂ ସିନ୍ଦୁକରେ ରହିବ ଭିତର ରତ୍ନଭଣ୍ଡାର ଅଳଙ୍କାର।ଅନ୍ୟପଟେ ଜଷ୍ଟିସ ବିଶ୍ବନାଥ ରଥ ଆହୁରି ମଧ୍ୟ କହିଛନ୍ତି ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ଅସ୍ଥାୟୀ ରତ୍ନଭଣ୍ଡାର 'ଖଟଶେଯ ଘର'କୁ ସ୍ଥାନାନ୍ତରଣ କରାଯିବ । ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲା ସିଲ୍‌ କରାଯିବ । ତାଲାକୁ ଜଉମୁଦ ସିଲ୍‌ କରାଯାଇ ଚାବି ଟ୍ରେଜେରୀରେ ରଖାଯିବ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !