ଶ୍ରୀ ରତ୍ନଭଣ୍ଡାର ଗଣତି ମଣତି ପାଇଁ SOP ଜାରି l

ଭୁବନେଶ୍ୱର(ବ୍ୟୁରୋ ରିପୋର୍ଟ) :- ଶ୍ରୀ ଜଗନ୍ନାଥ ଙ୍କ ରତ୍ନଭଣ୍ଡାର ଗଣତି, ମଣତି ନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସୂଚନା । ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନ ଭଣ୍ଡାରର ଥିବା ଅଳଙ୍କାର ଗୁଡ଼ିକର ଗଣତି,ମଣତି ପାଇଁ ଏସଓପି ଇସ୍ୟୁ ହୋଇସାରିଛି । ଏସଓପିରେ ଥିବା ମାର୍ଗଦର୍ଶିକ ଅନୁସାରେ ଆମେ କାମ କରାଯିବ । ସେଥିପାଇଁ ଓଡ଼ିଶାବାସୀ ଧର୍ଯ୍ୟ ଧରନ୍ତୁ । ଆଜି ଏପରି କହିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି । ଜଷ୍ଟିସ ରଥଙ୍କ କହିବା ଅନୁସାରେ, ମରାମତିରେ ବ୍ରେକର ଲାଗି ପାରିବନି, ଏହା ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ଏସଓପି ପ୍ରକାଶ କରାଯାଇ ପାରିବ ନାହିଁ । ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କହିଛନ୍ତି ଜଷ୍ଟିସ ରଥ ।ଏସଓପିରେ କିଛି ଆବଶ୍ୟକ ରହିଲେ ଆମେ ସରକାରଙ୍କୁ ଅନୁରୋଧ କରିବୁ । ଆଶା ରଖୁଛି ସରକାର ଆମ କଥା ଶୁଣିବେ । ଠାକୁରଙ୍କର ଯେତିକି ସମ୍ପତ୍ତି ଅଛି ତାହା ସୁରକ୍ଷିତ ରହିବା ଦରକାର ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !