ବଡ ଖବର ମଧ୍ୟାହ୍ନ ଭୋଜନ ଖାଇ ୪୦ ଛାତ୍ରଛାତ୍ରୀ ଅସୁସ୍ଥ ।

 ବାଲେଶ୍ୱର(ବ୍ୟୁରୋ ରିପୋର୍ଟ) :- ଜିଲ୍ଲା ର ସାଜନପୁର ପଞ୍ଚାୟତ ଉଦୟନାରାୟଣ ବିଦ୍ୟାପୀଠରେ ଆଜି ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ଦିଆଯାଇଥିବା ମଧ୍ୟାହ୍ନ ଭୋଜନ ଖାଇବା ପରେ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରୀ ଅସୁସ୍ଥ ହୋଇ ପଡିଛନ୍ତି। ସେମାନଙ୍କୁ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି। ଅନ୍ୟପକ୍ଷେ ଛାତ୍ରୀଛାତ୍ରୀଙ୍କୁ ଦିଆଯାଇଥିବା ମଧ୍ୟାହ୍ନ ଭୋଜନରୁ ୨ଟି ଝିଟିପିଟି ବାହାରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁସାରେ ଛାତ୍ରଛାତ୍ରଙ୍କୁ ଗୁରୁବାର ମଧ୍ୟାହ୍ନ ଭୋଜନ ଦିଆଯାଇଥିଲା। ଖାଇବାର କିଛି ସମୟ ପରେ ଛାତ୍ରୀଛାତ୍ରଙ୍କ ପେଟ ବ୍ୟଥା ହେବା ସହ ଅସୁସ୍ଥ ହୋଇପଡିଥିଲେ। ତୁରନ୍ତ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ୍‌ ଥିବା ଜଣାପଡିଛି। ସରକାର ଏବଂ ଉପରିସ୍ଥ ଅଧିକାରୀ ଏହାର ସଠିକ୍ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ ହେଉଛି l 

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !