ଦଳ ଛାଡିଲେ ବିଜୟ କୁମାର ପଟ୍ଟନାୟକ!

ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :-କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ। ୨୦୨୪ସାଧାରଣ ନିର୍ବାଚନରେ କଂଗ୍ରେସ ତାଙ୍କୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଥିଲା।ସେ ନିଜର ଇସ୍ତଫା ପତ୍ର ମେଲ୍‌ ଯୋଗେ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)କୁ ପଠାଇଛନ୍ତି। ଶ୍ରୀ ପଟ୍ଟନାୟକ ଦଳ ପ୍ରତି ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଥିବା କୁହାଯାଉଛି। ନିର୍ବାଚନ ସମୟରେ ବିଜୟ ପଟ୍ଟନାୟକଙ୍କୁ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ବ ଦେଇଥିଲା। ପରେ ପୁଣି ତାଙ୍କ ଠାରୁ ପଦବି କାଢ଼ି ନେଇଥିଲା।ସୂଚନାଯୋଗ୍ୟ, ବିଜୟ ପଟ୍ଟନାୟକ ଗତବର୍ଷ ଫେବ୍ରୁଆରି ୧୦ ତାରିଖରେ ନୂଆଦିଲ୍ଲୀସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ଦଳ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେଙ୍କ ଉପସ୍ଥିତିରେ ତାଙ୍କର ନୂଆ ଇନିଂସ ଆରମ୍ଭ କରିଥିଲେ। ଏହି ସମୟରେ କଂଗ୍ରେସର ସାଂଗଠନିକ ସଂପାଦକ କେ.ସି ଭେନୁଗୋପାଳ, ଏଆଇସିସି ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର, ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ଓ ବରିଷ୍ଠ କଂଗ୍ରେସ ନେତା ମାନସ ଚୌଧୁରୀ ଉପସ୍ଥିତ ଥିଲେ। ଚାକିରି ସମୟରେ‌ ବିଜେଡି ସରକାର ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଶ୍ବସ୍ତ ଥିବା ଶ୍ରୀ ପଟ୍ଟନାୟକ ନିଜର ରାଜନୈତିକ ଇନିଂସ ପାଇଁ କଂଗ୍ରେସକୁ କାହିଁକି ବାଛିଲେ, ତାହା ସେହି ସମୟରେ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଥିଲା। ଆଗାମୀ ଦିନରେ ବିଜୟ ପଟ୍ଟନାୟକ ରାଜନୀତିରେ ଅଂଶଗ୍ରହଣ କରିବେ କି ନାହିଁ ତାହା ଅସ୍ପଷ୍ଟ l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !