ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ l


ପୁରୀ(ବ୍ୟୁରୋ ରିପୋର୍ଟ) :- ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ। ମହାପ୍ରସାଦର ଦର ବୃଦ୍ଧି ସାଙ୍ଗକୁ ଭକ୍ତଙ୍କୁ ମହାପ୍ରସାଦ ସେବନ ରେ ଅସୁବିଧାକୁ ଦୂର କରିବା ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ବୟାନ ରଖିଛନ୍ତି। ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି। ପ୍ରତିଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି, ସମସ୍ତଙ୍କୁ ମାଗଣା ମହାପ୍ରସାଦ ଦେବାକୁ ଚେଷ୍ଟା ଚାଲିଥିବା ଆଇନମନ୍ତ୍ରୀ ଶ୍ରୀଯୁକ୍ତ ହରିଚନ୍ଦନ କହିଛନ୍ତି।ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାନ୍ତି। ସେ କହିଛନ୍ତି, ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି। ଆଇନ ମନ୍ତ୍ରୀ ଆହୁରି କହିଛନ୍ତି, ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲାଯିବ। ସେଠାରେ ଶ୍ରୀମନ୍ଦିର ଓ ଜଗନ୍ନାଥ ସଂସ୍କୃତି ର ସମ୍ପୂର୍ଣ୍ଣ ନୀତିକାନ୍ତି, ବ୍ୟବସ୍ଥାବଳୀ ବିଷୟରେ ଭକ୍ତଙ୍କୁ ତଥ୍ୟ ଦିଆଯିବ। ଏହାଦ୍ବାରା ଭକ୍ତମାନେ ସମ୍ପୂର୍ଣ୍ଣ ଭାବେ ଆମ ଜଗନ୍ନାଥ ମନ୍ଦିର ଓ ତାର ସଂସ୍କୃତି ଉପରେ ଆଧାରିତ ଜ୍ଞାନ ଆହରଣ କରିପାରିବେ l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !