ଆବଶ୍ୟକ ପଡ଼ିଲେ ପଞ୍ଜାବରୁ ଆଳୁ ଆମଦାନୀ ହେବ : - ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର l


ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :-ଆବଶ୍ୟକ ପଡ଼ିଲେ ପଞ୍ଜାବରୁ ଆଳୁ ଆମଦାନୀ କରିବାକୁ କହିଲେ ଯୋଗାଣ ମନ୍ତ୍ରୀ । ଏବେ ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆସୁଛି ବୋଲି କହିଲେ ମାନ୍ୟବର ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଉତ୍ତରପ୍ରଦେଶ ଆଳୁ ଶୀଘ୍ର ପଚିବା କଥା ମିଛ ବୋଲି କହିଲେ ମନ୍ତ୍ରୀ ଶ୍ରୀ ପାତ୍ର, ଓଡ଼ିଶାରେ ୟୁପି ଆଳୁ ବିକ୍ରି ହେଲାଣି, କ୍ୱାଲିଟି ବହୁତ ଭଲ । ପଶ୍ଚିମବଙ୍ଗ ବ୍ଲାକମେଲ୍‌ର ଶିକାର ନହୋଇ ସ୍ୱାଭିମାନକୁ ଦେଖିଲୁ ବୋଲି ସେ କହିଛନ୍ତି । ତେବେ ଯେଗାଣ ମନ୍ତ୍ରୀ ପାତ୍ର ପୂର୍ବରୁ କହିଥିଲେ, ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ସହ ମନମୁଖୀ କାର୍ଯ୍ୟ କରୁଛନ୍ତି। ତେଣୁ ଏଣିକି ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି । କିଛିଦିନ ପୂର୍ବରୁ ସେଠାରୁ କିଛି ଟ୍ରକ ଭର୍ତ୍ତି ଆଳୁ ଆସି ରାଜ୍ୟରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ। ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ । ଏଥି ନିମନ୍ତେ ଉତ୍ତରପ୍ରଦେଶ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ମନ୍ତ୍ରୀ କହିଥିଲେ । ସରକାର ସବୁବେଳେ ଜନସାଧାରଣ ଙ୍କ ଅସୁବିଧା କୁ ନେଇ ତତ୍ପର ଅଛି l ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !