ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିବାକୁ ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ):- ଆଜି ଲୋକସଭା ଭବନରେ ଆୟୋଜିତ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ଯୋଗଦେଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ଶେଷଧାଡ଼ିରେ ଥିବା ଲୋକଙ୍କ ପାଖରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଗୁଡ଼ିକ ପହଞ୍ଚାଇବା ପାଇଁ ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ। ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ବ। ଏହି ସମ୍ମିଳନୀରେ ଲୋକଙ୍କ ସମସ୍ୟା ପ୍ରତି ଆମ ସରକାର ପ୍ରସ୍ତୁତ କରିଥିବା ରୋଡ଼ମ୍ୟାପ ନେଇ ସବୁ ଜିଲ୍ଲାପାଳଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ସେହିପରି ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ରାଜ୍ୟ ସରକାର । ଏହି ଅବସରରେ ଜିଲ୍ଲାପାଳ ମାନେ ଜିଲ୍ଲା ସ୍ତରରେ ଲୋକଙ୍କୁ ତ୍ବରିତ ସେବା ପ୍ରଦାନ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାସ୍ତରରେ ସାଧାରଣ ଲୋକ ସରକାର କହିଲେ ଜିଲ୍ଲାପାଳମାନଙ୍କୁ ବୁଝିଥାନ୍ତି । ବିଦ୍ୟାଳୟ, ଅଙ୍ଗନବାଡି, ଡାକ୍ତରଖାନା, ପୌରପରିଷଦ ଓ ବ୍ଲକ ସ୍ତରରେ ନିଜେ କାର୍ଯ୍ୟର ଅଗ୍ରଗତି ନିମନ୍ତେ ପରିଦର୍ଶନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ l ବିଶେଷ କରି ସ୍ଵଚ୍ଛ ପାନୀୟଜଳ, ଗମନାଗମନ, ସ୍ୱାସ୍ଥ୍ୟ ସେବା ଓ ଶିକ୍ଷା କ୍ଷେତ୍ରରେ ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି l ଉନ୍ନତି ମୂଳକ କାର୍ଯ୍ୟ ପାଇଁ ଉଚିତ ସମୟରେ ସଠିକ କାର୍ଯ୍ୟ ସମ୍ପାଦନ କରନ୍ତୁ କୌଣସି ପ୍ରକାର ଅସୁବିଧା ହେଲେ ତୁରନ୍ତ ପଦକ୍ଷେପ ଗ୍ରହଣ କରନ୍ତୁ କିମ୍ବା ସରକାରଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ l ଦୁର୍ନୀତି କୁ ପ୍ରଶ୍ରୟ ନ ଦେଇ ସବୁ ଉନ୍ନତି ମୂଳକ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବା ପାଇଁ ପରାମର୍ଶ ଦେଇଥିଲେ l ଏହି ଅବସରରେ ମୁଖ୍ୟମନ୍ତ୍ରୀ ଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓ, ମୁଖ୍ୟଶାସନ ସଚିବ ଓ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ମାନେ ଯୋଗ ଦେଇଥିଲେ l

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !