ବ୍ୟାସ ପ୍ରିଣ୍ଟମିଡ଼ିଆ ସଂଘର ଷଷ୍ଠ ବାର୍ଷିକ ଉତ୍ସବ ୬ରେ l


  ବ୍ୟାସନଗର,୩୦.୦୯ : - ଯାଜପୁର ଜିଲ୍ଲା ବ୍ୟାସନଗର ସହରର ଅଗ୍ରଣୀ ସାମ୍ବାଦିକ ସଂଘ ବ୍ୟାସ ପ୍ରିଣ୍ଟ ମିଡିଆ ସଂଘର ଷଷ୍ଠ ବାର୍ଷିକ ଉତ୍ସବ ଆସନ୍ତା ଅକ୍ଟୋବର ୬ ତାରିଖ ରବିବାର ପୂର୍ବାହ୍ନ ୧୦ ଟା ସମୟରେ ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ସମବାୟ, ହସ୍ତଶିଳ୍ପ ଓ ବୟନଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳସାମନ୍ତ, ମୁଖ୍ୟ ଅତିଥିଭାବେ ଯାଜପୁର ସାଂସଦ ଡ଼. ରବୀନ୍ଦ୍ର ନାରାୟଣ ବେହେରା,ମୁଖ୍ୟ ବକ୍ତା ଭାବେ ଇଷ୍ଟର୍ଣ୍ଣ ମିଡ଼ିଆ ଲିମିଟେଡ଼ର ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ପଟ୍ଟନାୟକ, ବିଶିଷ୍ଟ ଅତିଥି ଭାବେ କୋରାଇ ବିଧାୟକ ଆକାଶ ଦାସ ନାୟକ ପ୍ରମୁଖ ଯୋଗଦେବେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ପ୍ରତିଭାମାନଙ୍କୁ ଉତ୍ସବରେ ସମ୍ବର୍ଦ୍ଧିତ କରାଯିବ। ଏଥି ନିମନ୍ତେ ଆଜି ଚୂଡାନ୍ତ ପ୍ରସ୍ତୁତି ବୈଠକ ଉମାପଦା ସ୍ଥିତ ସଂଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଘର ବରିଷ୍ଠ ଉପଦେଷ୍ଠା ହାରାଧନ ବାନାର୍ଜୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଉପଦେଷ୍ଠା ବରିଷ୍ଠ ସାମ୍ବାଦିକ ବାବୁରାମ ଜେନା, ଉଦୟନାଥ ଖଣ୍ଡାଇ, ସଭାପତି ଶରତ ପଥାଳ, ସାଧାରଣ ସମ୍ପାଦକ ଚିନ୍ତାମଣି ପାଢ଼ୀ, ଉପସଭାପତି ପ୍ରଦ୍ୟୁମ୍ନ ବୋଇତେଇ, ଯଜ୍ଞଦତ୍ତ ତ୍ରିପାଠୀ,କୋଷାଧ୍ୟକ୍ଷ ଦେବେନ୍ଦ୍ର କୁମାର ନାୟକ, 
 ସଂଗଠନ ସମ୍ପାଦକ ଉମାକାନ୍ତ ରାଉତ, ସହ ସମ୍ପାଦକ ଭରତ ରାଉତ, କୈଳାଶ ରାଉତ, କାର୍ଯ୍ୟକାରୀ କମିଟି ସଦସ୍ୟ ବିଜୟ କୁମାର ସାହୁ, ପବିତ୍ର ରଞ୍ଜନ ମହାନ୍ତି, ସୁଦୀପ କୁମାର ମିଶ୍ର, ଦୁଷ୍ମନ୍ତ କୁମାର ରାଉତ,ଜ୍ଞାନରଞ୍ଜନ ରାଉତ,ପ୍ରଶାନ୍ତ କୁମାର ପାତ୍ର ଓ ବିଶ୍ୱରଞ୍ଜନ ପଟ୍ଟନାୟକଙ୍କ ସମେତ ସମସ୍ତ ସଦସ୍ୟ ଯୋଗ ଦେଇଥିଲେ। ଉକ୍ତ ଉତ୍ସବରେ ଜିଲ୍ଲାର ସାମ୍ବାଦିକ,ଆଇନୀଜୀବୀ,ବୁଦ୍ଧିଜୀବୀ,ରାଜନେତା,ସାହିତ୍ୟିକ, ଲେଖକଙ୍କ ସମେତ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଯୋଗ ଦେଉଥିବା ବେଳେ ଅଞ୍ଚଳବାସୀ ବହୁ ସଂଖ୍ୟାରେ ଯୋଗ ଦେବାକୁ ସଂଘ ପକ୍ଷରୁ ନିବେଦନ କରାଯାଇଛି।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !