ଏକ ହଜାର ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ l

ଭୁବନେଶ୍ବର (ବ୍ୟୁରୋ ରିପୋର୍ଟ) :-ବିଧାନସଭା ଚାଲିଥିଲା ତା ଭିତରର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ପାଇଁ ୬ ସପ୍ତାହ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା। ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ଏକ ହଜାର ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ସମସ୍ତେ ଅପେକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ସେମାନଙ୍କ ସମସ୍ୟା ଶୁଣିବେ ଓ ଅଭିଯୋଗ ପତ୍ର ଗ୍ରହଣ କରିବେ । ଲୋକମାନେ ଧାଡି ବାନ୍ଧି ଶୃଙ୍ଖଳିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଅପେକ୍ଷା କରି ରହିଥିଲେ। ସୋମବାର ପୂର୍ବରୁ ଅନଲାଇନ୍ ମାଧ୍ୟମରେ ପଞ୍ଜିକରଣ କରିଥିବା ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଆଗକୁ ଯେଉଁମାନେ ପଞ୍ଜିକରଣ କରିବେ ସେମାନଙ୍କ ପାଇଁ ୩ଟି ଅଣ ପଞ୍ଜିକୃତ କେନ୍ଦ୍ର କରାଯାଇଛି । ଯେଉଁମାନେ ପଞ୍ଜିକରଣ କରିବେ ସେମାନଙ୍କ ଫୋନକୁ ମେସେଜ ଯିବ । ତେବେ ଯେଉଁମାନଙ୍କ ଫୋନକୁ ମେସେଜ ଯିବ ନାହିଁ ସେମାନେ ପୁଣି ଆଉ ଥରେ ପଞ୍ଜିକରଣ କରିପାରିବେ । ଆଜିଠାରୁ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ସେହିପରି କିଛି ଲୋକଙ୍କ ସମସ୍ୟାର ସମାଧାନ ତୁରନ୍ତ କରାଯାଉଥିବା ବେଳେ କିଛି ଲୋକଙ୍କୁ ପ୍ରତିଶ୍ରୁତି ମିଳିଛି । ଆଜି ଅନୁଗୋଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଶଙ୍କର ଦାସ ନିଜ ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କ ସମ୍ମୁଖରେ ରଖିଥିଲେ । ଚାକିରି ସମୟରେ ତାଙ୍କ ପ୍ରତି ବହୁ ଅନ୍ୟାୟ ଓ ଅବହେଳା କରାଯାଇଛି ବୋଲି ସେ ଅଭିଯୋଗ କରିଛନ୍ତି । ତେବେ ତାଙ୍କୁ ନ୍ୟାୟ ମିଳିବ ଏବଂ ଅଧୈର୍ଯ୍ୟ ନହେବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କୁ ନ୍ୟାୟ ଦେବା ପାଇଁ ଉପସ୍ଥିତ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭଦ୍ରକରୁ ଜଣେ ଭିନ୍ନକ୍ଷମ ଯୁବକ ଚିକିତ୍ସା ପାଇଁ ସାହାଯ୍ୟ ମାଗିଛନ୍ତି । ମୁଖ୍ୟମନ୍ତ୍ରୀଙ୍କଠାରୁ ଚିକିତ୍ସା ବାବଦରେ ଆଶ୍ୱାସନା ଭରା ପ୍ରତିଶ୍ରୁତି ମଧ୍ୟ ତାଙ୍କୁ ମିଳିଛି । ସୂଚନାଯୋଗ୍ୟ, ଦୀର୍ଘ ୧୬ ବର୍ଷ ପରେ ଜୁଲାଇ ୨ ତାରିଖରେ ଖୋଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ପ୍ରକୋଷ୍ଠରେ ବସି ଲୋକଙ୍କ ଅଭିଯୋଗ ଶୁଣିଥିଲେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ୧୫୫୦ ଲୋକଙ୍କ ଅଭିଯୋଗ ଶୁଣିଥିଲେ।ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରତିଶ୍ରୁତି ପାଇବା ପରେ ଉତ୍ସାହିତ ହୋଇଥିଲେ ଅଭିଯୋଗକାରୀ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !