ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ସରକାର ଙ୍କ ନୂତନ ଭେଟି l

ସମ୍ବଲପୁର (ବ୍ୟୁରୋ ରିପୋର୍ଟ) :-ନୂଆଖାଇ ପଶ୍ଚିମ ଓଡିଶା ର ଗଣ ପର୍ବ l ଏବେ ଖାଲି ପଶ୍ଚିମ ଓଡିଶା ନୂହେଁ ବିଭିନ୍ନ ରାଜ୍ଯ ଓ ଜିଲ୍ଲାମାନଙ୍କରେ ଏହା ପାଳିତ ହେଇଛି କିନ୍ତୁ ପାରମ୍ପରିକ ଭାବେ ଏହା ପଶ୍ଚିମ ଓଡିଶା ରେ ଖୁବ୍ ଧୁମଧାମରେ ପାଳନ ହେଉଅଛି l ନୂଆଁଖାଇରେ ନୂଆଁ ଖାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା' ସମଲେଈଙ୍କ ଦର୍ଶନ କରିଛନ୍ତି। ମା'ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହି ଅବସରରେ ସେ ସ୍ତ୍ରୀଙ୍କ ସହିତ ନବାନ୍ନ ଖାଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟାନ୍ୟ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ଗୋଟିଏ ସ୍ଥାନରେ ବସି ନୂଆଁ ଖାଇଥିଲେ। ଏହା ପରେ ସାଧାରଣ ସଭାରେ ନିଜର ଅଭିଭାଷଣ ରେ କହିଥିଲେ ଯେ, ରାଜ୍ୟରେ ହେବାକୁ ଯାଉଛି ଦ୍ୱିତୀୟ ଏମ୍ସ। ଏ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଏମ୍ସ ସମ୍ବଲପୁରରେ ହେବାକୁ ଯାଉଛି । ରାଜ୍ୟ ସରକାର ଏନେଇ କେନ୍ଦ୍ର ନିକଟରେ ଦାବି ରଖି ସାରିଛନ୍ତି। ଆଗାମୀ ଦିନରେ ଏହା ସମ୍ବଲପୁରରେ ହେବାକୁ ଯାଉଛି। କେନ୍ଦ୍ର ନିକଟରେ ରାଜ୍ୟ ସରକାର ଏନେଇ ଦାବି ରଖିଥିବା ବେଳେ ଆଗାମୀ ଦିନରେ ଏହା ସମ୍ବଲପୁରରେ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟିରୁ ଊଦ୍ଧ୍ୱର୍ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର ମାଧ୍ୟମରେ ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ୟାଙ୍କ୍‌ଖାତାରେ ଜମା କରାଯିବ।

Comments

Popular posts from this blog

ଯାଜପୁର ଜିଲ୍ଲାରେ ବିଜେପି ର ନୂଆ ମୋଡ଼ l ନୂଆ ମୁହଁ କୁ ଜନସାଧାରଣଙ୍କ ପସନ୍ଦ !

ରାଜଧାନୀରେ ମହିଳାଙ୍କୁ ବିଭତ୍ସ ହତ୍ୟା l

ବିଗତ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, ଭିତରେ ଅଦ୍ଭୁତ ଓ ଅଲୌକିକ ଦୃଶ୍ୟ !